୩ ଥର ବିବାହ କରିଛନ୍ତି ଏସବୁ ଅଭିନେତା

ବିବାହ ବନ୍ଧନରେ ଆବଦ୍ଧ ଏବଂ ବ୍ରେକ୍‌ କରିବା ବଲିଉଡ ଦୁନିଆରେ ବଡ କଥା ନୁହେଁ। ଇଣ୍ଡଷ୍ଟ୍ରିରେ ପ୍ରତିଦିନ ଏପରି ଖବର ଶୁଣିବାକୁ ମିଳେ। କିନ୍ତୁ ବଲିଉଡ୍‌ରେ ଅନେକ ଅଭିନେତା ଅଛନ୍ତି, ଯେଉଁମାନେ ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ତିନୋଟି ବିବାହ କରିଛନ୍ତି। ଆସନ୍ତୁ ଜାଣିବା ସେହି ଅଭିନେତାଙ୍କ ବିଷୟରେ…
ସଞ୍ଜୟ ଦତ୍ତ
ଅଭିନେତା ସଞ୍ଜୟ ଦତ୍ତ ପ୍ରଥମେ ୧୯୮୭ରେ ରିଚା ଶର୍ମାଙ୍କୁ ବିବାହ କରିଥିଲେ। ବିବାହର କିଛି ଦିନ ପରେ ରିଚାଙ୍କ ପରଲୋକ ଘଟିଥିଲା। ଏହା ପରେ, ୧୯୯୮ରେ ସଞ୍ଜୟ ରିୟା ପିଲ୍ଲାଇଙ୍କୁ ବିବାହ କରିଥିଲେ। ତେବେ ବିବାହର ୭ ବର୍ଷ ପରେ ଦୁହେଁ ପରସ୍ପରଠାରୁ ଛାଡପତ୍ର ନେଇଥିଲେ। ତା’ପରେ ୨୦୦୮ରେ ସଞ୍ଜୟ ମାନ୍ୟତା ଦତ୍ତଙ୍କୁ ବିବାହ କରିଥିଲେ। ଉଭୟଙ୍କର ଦୁଇଟି ସନ୍ତାନ ଅଛନ୍ତି।

ବଲିଉଡର ପ୍ରସିଦ୍ଧ ନିର୍ମାତା ସିଦ୍ଧାର୍ଥ ରୟ କାପୁର ତାଙ୍କର ପିଲାଦିନର ସାଙ୍ଗଙ୍କୁ ପ୍ରଥମେ ବିବାହ କରିଥିଲେ। ବିବାହର କିଛି ଦିନ ପରେ ଉଭୟଙ୍କର ଛାଡପତ୍ର ହୋଇଥିଲା। ତା’ପରେ ସେ ଜଣେ ଟିଭି ନିର୍ମାତାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। କିନ୍ତୁ ଉଭୟଙ୍କ ବିବାହ ଅଧିକ ଦିନ ତିଷ୍ଠି ରହିଲା ନାହିଁ। ସେ ୨୦୧୨ରେ ବିଦ୍ୟା ବାଲାନଙ୍କୁ ବିବାହ କରିଥିଲେ। ଦୁହେଁ ଏବେ ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି।

ଅଭିନେତା କରଣ ସିଂ ଗ୍ରୋଭର ପ୍ରଥମେ ଶ୍ରଦ୍ଧା ନିଗମଙ୍କୁ ବିବାହ କରିଥିଲେ। ଶ୍ରଦଦ୍ଧଙ୍କଠାରୁ ଛାଡପତ୍ର ପରେ ସେ ଜେନିଫର୍‌ ୱିଙ୍ଗେଟଙ୍କୁ ବିବାହ କରିଥିଲେ। ଦ୍ୱିତୀୟ ଛାଡପତ୍ର ପରେ କରଣ ଅଭିନେତ୍ରୀ ବିପାଶା ବଶୁଙ୍କୁ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri