Posted inରାଜ୍ୟ

ପିଏମ୍‌ କିଷାନରୁ ଏମାନେ ପଡିଲେ ବାଦ୍‌! ଦେଖନ୍ତୁ ଲିଷ୍ଟ

ଭୁବନେଶ୍ୱର,୩।୮(ସୁନିତ୍‌ ମିଶ୍ର): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ୍‌ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଚାଷୀମାନଙ୍କୁ ପିଏମ୍‌ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶର ବାରାଣସୀଠାରେ ଉପସ୍ଥିତ ରହି ପିଏମ୍‌ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ ହିସାବରେ ସମୁଦାୟ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।
ଏହ ି  ଅବସରରେ  ଭୁବନେଶ୍ୱର  ଉପକଣ୍ଠସ୍ଥିତ ସିଫାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାୟ ୩୪ ଲକ୍ଷ ୮୫ ହଜାରରୁ ଊର୍ଦ୍ଧ୍ୱ କୃଷକଙ୍କୁ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ମୋଟ ୬୯୭ କୋଟି ଟଙ୍କା ପ୍ରଦାନ କରାଯାଇଛି।
କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଲୋକଙ୍କ ସରକାର କାମ କରୁଛି। ସରକାର ମାତ୍ର ବର୍ଷକରେ ସମସ୍ତଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସମସ୍ତେ ଏହାର ସୁଫଳ ମଧ୍ୟ ପାଉଛନ୍ତି। ସିଏମ୍‌ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏ ସହାୟତା ପାଉଛନ୍ତି। ପିଏମ୍‌ କିଷାନ ଓ ସିଏମ୍‌ କିଷାନକୁ ମିଶାଇ ଚାଷୀମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ପାଉଛନ୍ତି। ପିଏମ୍‌ କିଷାନ ଯୋଜନାର ୨୦ତମ କିସ୍ତି ଚଳିତ ବର୍ଷ ଏପ୍ରିଲରୁ ଜୁଲାଇ ଅବଧି ପାଇଁ ପ୍ରଦାନ କରାଯାଉଛି। ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଉଛି। ଉକ୍ତ  ପ୍ରକ୍ରିୟାରେ ସୂଚନା ଓ ପ୍ରଯୁକ୍ତିର ବ୍ୟବହାର ହେଉଥିବାରୁ ସ୍ବଚ୍ଛତା ବଜାୟ ରହୁଛି। ଏଥିରେ ସମସ୍ତ ଚାଷୀ- ସେ କ୍ଷୁଦ୍ରଚାଷୀ ହୁଅନ୍ତୁ ବା ମଧ୍ୟମ କିମ୍ବା ବଡ଼ ଚାଷୀ, ସମସ୍ତଙ୍କୁ ଏହାର ସୁଫଳ ମିଳୁଛି। ସହରାଞ୍ଚଳର ଚାଷୀମାନେ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଆଜିର ଏହି ଦିନକୁ ଆମେ ପିଏମ୍‌ କିଷାନ ଦିବସ ଭାବରେ ସାରା ଦେଶ ତଥା ରାଜ୍ୟରେ ପାଳନ କରୁଛୁ। ପିଏମ୍‌ କିଷାନ ଯୋଜନାରେ ସବୁ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଚାଷ କ୍ଷେତ୍ରରେ ଆପଣମାନଙ୍କ ରୋଜଗାର ଦ୍ୱିଗୁଣିତ ନୁହେଁ, ବରଂ ବହୁଗୁଣିତ ବୃଦ୍ଧି ହେବ। ଏହି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାହା ପୂରଣ ହେବ। ସମୃଦ୍ଧ କୃଷକ ଯୋଜନାରେ ଧାନ କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ଇନ୍‌ପୁଟ୍‌ ସହାୟତା ପ୍ରଦାନ କରୁଛୁ। ଗତବର୍ଷ ଖରିଫରେ ପ୍ରାୟ ୧୭ ଲକ୍ଷ ଚାଷୀଙ୍କୁ ପାଖାପାଖି ୬ ହଜାର କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
  କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ରବିଋତୁରେ ମଧ୍ୟ ୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୧ ହଜାର ୬୦୦ କୋଟିରୁ ଅଧିକ ଟଙ୍କା ଦିଆଯାଇଛି। କେବଳ ଧାନଚାଷ ନ କରି ବିଭିନ୍ନ ଚାଷକରି ଅର୍ଥ ଉପାର୍ଜନ ସହ ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେଇ ଜୈବିକ ଉପାୟରେ ଚାଷକରିବା ଆବଶ୍ୟକ ବୋଲି ସିଂଦେଓ କହିଛନ୍ତି। ଏହି ଅବସରରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ। ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri