Posted inରାଜ୍ୟ

ପିଏମ୍‌ କିଷାନରୁ ଏମାନେ ପଡିଲେ ବାଦ୍‌! ଦେଖନ୍ତୁ ଲିଷ୍ଟ

ଭୁବନେଶ୍ୱର,୩।୮(ସୁନିତ୍‌ ମିଶ୍ର): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ୍‌ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଚାଷୀମାନଙ୍କୁ ପିଏମ୍‌ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶର ବାରାଣସୀଠାରେ ଉପସ୍ଥିତ ରହି ପିଏମ୍‌ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ ହିସାବରେ ସମୁଦାୟ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।
ଏହ ି  ଅବସରରେ  ଭୁବନେଶ୍ୱର  ଉପକଣ୍ଠସ୍ଥିତ ସିଫାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାୟ ୩୪ ଲକ୍ଷ ୮୫ ହଜାରରୁ ଊର୍ଦ୍ଧ୍ୱ କୃଷକଙ୍କୁ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି। ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ମୋଟ ୬୯୭ କୋଟି ଟଙ୍କା ପ୍ରଦାନ କରାଯାଇଛି।
କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଲୋକଙ୍କ ସରକାର କାମ କରୁଛି। ସରକାର ମାତ୍ର ବର୍ଷକରେ ସମସ୍ତଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସମସ୍ତେ ଏହାର ସୁଫଳ ମଧ୍ୟ ପାଉଛନ୍ତି। ସିଏମ୍‌ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏ ସହାୟତା ପାଉଛନ୍ତି। ପିଏମ୍‌ କିଷାନ ଓ ସିଏମ୍‌ କିଷାନକୁ ମିଶାଇ ଚାଷୀମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏ ସହାୟତା ପାଉଛନ୍ତି। ପିଏମ୍‌ କିଷାନ ଯୋଜନାର ୨୦ତମ କିସ୍ତି ଚଳିତ ବର୍ଷ ଏପ୍ରିଲରୁ ଜୁଲାଇ ଅବଧି ପାଇଁ ପ୍ରଦାନ କରାଯାଉଛି। ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଉଛି। ଉକ୍ତ  ପ୍ରକ୍ରିୟାରେ ସୂଚନା ଓ ପ୍ରଯୁକ୍ତିର ବ୍ୟବହାର ହେଉଥିବାରୁ ସ୍ବଚ୍ଛତା ବଜାୟ ରହୁଛି। ଏଥିରେ ସମସ୍ତ ଚାଷୀ- ସେ କ୍ଷୁଦ୍ରଚାଷୀ ହୁଅନ୍ତୁ ବା ମଧ୍ୟମ କିମ୍ବା ବଡ଼ ଚାଷୀ, ସମସ୍ତଙ୍କୁ ଏହାର ସୁଫଳ ମିଳୁଛି। ସହରାଞ୍ଚଳର ଚାଷୀମାନେ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଆଜିର ଏହି ଦିନକୁ ଆମେ ପିଏମ୍‌ କିଷାନ ଦିବସ ଭାବରେ ସାରା ଦେଶ ତଥା ରାଜ୍ୟରେ ପାଳନ କରୁଛୁ। ପିଏମ୍‌ କିଷାନ ଯୋଜନାରେ ସବୁ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ଚାଷ କ୍ଷେତ୍ରରେ ଆପଣମାନଙ୍କ ରୋଜଗାର ଦ୍ୱିଗୁଣିତ ନୁହେଁ, ବରଂ ବହୁଗୁଣିତ ବୃଦ୍ଧି ହେବ। ଏହି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାହା ପୂରଣ ହେବ। ସମୃଦ୍ଧ କୃଷକ ଯୋଜନାରେ ଧାନ କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ଇନ୍‌ପୁଟ୍‌ ସହାୟତା ପ୍ରଦାନ କରୁଛୁ। ଗତବର୍ଷ ଖରିଫରେ ପ୍ରାୟ ୧୭ ଲକ୍ଷ ଚାଷୀଙ୍କୁ ପାଖାପାଖି ୬ ହଜାର କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
  କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ରବିଋତୁରେ ମଧ୍ୟ ୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୧ ହଜାର ୬୦୦ କୋଟିରୁ ଅଧିକ ଟଙ୍କା ଦିଆଯାଇଛି। କେବଳ ଧାନଚାଷ ନ କରି ବିଭିନ୍ନ ଚାଷକରି ଅର୍ଥ ଉପାର୍ଜନ ସହ ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେଇ ଜୈବିକ ଉପାୟରେ ଚାଷକରିବା ଆବଶ୍ୟକ ବୋଲି ସିଂଦେଓ କହିଛନ୍ତି। ଏହି ଅବସରରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ। ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?