ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାରେ ଏହି ୨ ଜଣ ମୁଖ୍ୟ ଖଳନାୟକ: ୨୩ ଦିନ ପରେ ପଦାକୁ ଆସିଲା ସତ

ବାଲେଶ୍ୱର, ୪।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବହୁଚର୍ଚ୍ଚିତ ଇଣ୍ଡିଗ୍ରେଟେଡ଼ ବିଏଡ଼ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାର ୨୩ ଦିନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି କ୍ରାଇମବ୍ରାଞ୍ଚ ଟିମ l ଆତ୍ମାହୁତି ଉଦ୍ୟମରେ ସହଯୋଗ କରିଥିବା ଦୁଇ ଜଣ ଛାତ୍ରଙ୍କୁ ରବିବାର ବିଳମ୍ବିତ ରାତିରେ ଗିରଫ କରାଯାଇଛି l ଗିରଫ ଛାତ୍ର ହେଲେ ଜ୍ୟୋତି ପ୍ରକାଶ ବିଶ୍ୱାଳ ଓ ଶୁଭ୍ର ସମ୍ବିତ ନାୟକ l ଉଭୟଙ୍କୁ ରାତିରେ ବାଲେଶ୍ୱର ଏସଡ଼ିଜେଏମଙ୍କ ଆବାସିକ କାର୍ଯ୍ୟାଳୟରେ ହଜାର କରାଯାଇଥିଲା l ଜାମିନ ନାମଞ୍ଜୁର ହେବାରୁ ଦୁହିଁକୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା।

ଜ୍ୟୋତି ପ୍ରକାଶ ପୀଡିତା ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ l କଟକ ମେଡିକାଲରେ ଚିକିତ୍ସିତ ହୋଇ କିଛି ଦିନ ପୂର୍ବରୁ ଘରକୁ ଫେରିଥିଲେ l ଚିକିତ୍ସାଧୀନ ଅବସ୍ଥାରେ ମେଡିକାଲରେ ତାଙ୍କୁ କ୍ରାଇମବ୍ରାଞ୍ଚ ଟିମ ପକ୍ଷରୁ ଘଟଣା ସମ୍ପର୍କରେ ପଚରାଉଚୁରା କରାଯାଇଥିଲା। ଅପରପକ୍ଷରେ ଶୁଭ୍ର ସମ୍ବିତ ଏବିଭିପି ଛାତ୍ର ସଂଗଠନର ରାଜ୍ୟ ଯୁଗ୍ମ ସମ୍ପାଦକ ଦାୟିତ୍ୱରେ ରହିଛନ୍ତି l

ବିଭାଗୀୟ ଏଚଓଡି ସମୀର ସାହୁଙ୍କ ନିର୍ଯାତନାର ଶିକାର ହୋଇଥିଲେ ସୌମ୍ୟାଶ୍ରୀ l ନ୍ୟାୟ ନପାଇ ଗତ ଜୁଲାଇ ୧୨ ତାରିଖରେ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ସେ ପୋଡି ହୋଇଥିଲେ। ୧୪ ରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିଲା l ଏହି ସମ୍ବେଦନଶିଳ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା l

ପୋଲିସ ଏଚଓଡି ସମୀର ସାହୁ ଓ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା l କ୍ରାଇମବ୍ରାଞ୍ଚ , ଉଚ୍ଚ ଶିକ୍ଷା ବିଭାଗର ଏକ ଟିମ ଓ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ କଲେଜରେ ପହଞ୍ଚି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ ଆରମ୍ଭ କରିଥିଲେ l ଆତ୍ମାହୁତି ନିମନ୍ତେ ଗିରଫ ଛାତ୍ର ଦ୍ବୟଙ୍କ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ ପ୍ରମାଣ ପାଇଥିବା କୁହାଯାଉଛି l ଛାତ୍ରୀ ଜଣକ ନ୍ୟାୟ ପାଇଁ ଲଢେଇ କରୁଥିବାବେଳେ କିଛି ଛାତ୍ର ଓ ସହଯୋଗୀ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇ ଥିଲେ l ଘଟଣା ଦିନ ସୌମ୍ୟାଶ୍ରୀଙ୍କ ପାଖରେ ରହି ଜ୍ୟୋତି ପ୍ରକାଶ ମୋବାଇଲରେ ଭିଡିଓ ଉତ୍ତୋଳନ କରିବା ସହ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିଲେ l

 


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?