କୁକୁଡ଼ାର ଏସବୁ ଗୁଣ ବଦଳାଇ ଦେବ ଭାଗ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଯାହାକୁ ଗ୍ରହଣ କରି ଜଣେ ମଣିଷ ନିଜ ଜୀବନରେ ସଫଳତା ହାସଲ କରି ପାରିବ।

ସେ ଏକ ଶ୍ଳୋକ ମାଧ୍ୟମରେ କୁକୁଡ଼ାଙ୍କର ଚାରୋଟି ଗୁଣ ବର୍ଣ୍ଣନା କରିଛନ୍ତି। ଯାହାକୁ ଗ୍ରହଣ କଲେ ଭାଗ୍ୟ ବଦଳି ଯିବ।
ଏହି ପଦ ମାଧ୍ୟମରେ ଚାଣକ୍ୟ କହିଛନ୍ତି, ଜଣେ ବ୍ୟକ୍ତି କୁକୁଡ଼ାଠାରୁ ୪ଟି ଅଭ୍ୟାସ ଶିଖିବା ଆବଶ୍ୟକ। କୁକୁଡ଼ା ପରି ଜଣେ ବ୍ୟକ୍ତି ସକାଳୁ ଠିକ ସମୟରେ ଉଠିବା ଅଭ୍ୟାସ କରିବା ଉଚିତ। ସାଧାରଣତଃ ସକାଳୁ ଉଠୁଥିବା ବ୍ୟକ୍ତି ସୁସ୍ଥ ରହିଥାନ୍ତି। ତେଣୁ ଚାଣକ୍ୟ ମଧ୍ୟ ସକାଳୁ ଉଠିବା ଉପରେ ଜୋର ଦେଇଛନ୍ତି। ଏହା ଦ୍ୱାରା ବ୍ୟକ୍ତି ଦିନସାରା କାମ କରି ସଫଳତା ପାଇପାରିବ ଏବଂ ତାଙ୍କ ସ୍ବାସ୍ଥ୍ୟ ପାଇଁ ମଧ୍ୟ ଏହା ଲାଭଦାୟକ ବୋଲି ଚାଣକ୍ୟ କହିଛନ୍ତି।

ମଣିଷ ଯୁଦ୍ଧ ପାଇଁ ସର୍ବଦା ପ୍ରସ୍ତୁତ ରହିବା ଆବଶ୍ୟକ। ଅର୍ଥାତ ସତର୍କ ରହିବା ଦରକାର। ନଚେତ ଶତ୍ରୁ ତୁମ ପଛରେ ଥିବେ ଏବଂ ତୁମେ ଜାଣିପାରିବ ନାହିଁ।

ଚାଣକ୍ୟ ଆହୁରି ମଧ୍ୟ କହିଛନ୍ତି, କୁକୁଡ଼ା ଭଳି ମଣିଷ ବନ୍ଧୁ ଏବଂ ପ୍ରିୟଜନଙ୍କୁ ନିଜ ଖାଦ୍ୟରେ ଅଂଶୀଦାର କରିବା ଉଚିତ୍‌।

ଚତୁର୍ଥ ଗୁଣହେଲା ପ୍ରତ୍ୟେକକ ବ୍ୟକ୍ତି ନିଜକୁ ସମର୍ପିତ କରି ସର୍ବଦା କଠିନ ପରିଶ୍ରମ କରିବା।ଏହାକୁ ଆପଣାଇଲେ ଜଣେ ମଣିଷ ଜୀବନରେ ଅଗ୍ରଗତି କରିବା ସହ ତା ଭାଗ୍ୟ ବଦଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri