କିଡ୍‌ନୀ ଫେଲ୍‌ ହେଲେ ଦେଖାଦିଏ ଏସବୁ ଲକ୍ଷଣ

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ ସେ ସମ୍ପର୍କରେ କିଛି ଜଣାପଡ଼େନି। ପୁଣି ଅନେକ କ୍ଷେତ୍ରରେ ଗୋଟିଏ କିଡ୍‌ନୀ କାର୍ଯ୍ୟରହିତ ହୋଇ ପଡ଼ିଥିଲେ ମଧ୍ୟ ଅନ୍ୟ କିଡ୍‌ନୀଟି ସନ୍ତୋଷଜନକ ଭାବରେ କାର୍ଯ୍ୟ କରି ଚାଲିଥିବାରୁ କିଡ୍‌ନୀ ଅସୁସ୍ଥତା ବିଷୟରେ କୌଣସି ସୂଚନା ମିଳି ନ ଥାଏ। ଦୁଇଟିଯାକ କିଡ୍‌ନୀ ସୁସ୍ଥ ଭାବରେ କାମ କରି ଚାଲିଥିବାବେଳେ ବିଭିନ୍ନ କାରଣବଶତଃ ଏହା ହଠାତ୍‌ ଅକାମୀ ହୋଇପଡ଼େ। ଏପରି ଅବସ୍ଥାକୁ କୁହାଯାଏ ‘ଆକ୍ୟୁଟ ରେନାଲ ଫେଲ୍ୟୁଓର୍‌’ ବା ଏଆର୍‌ଏଫ୍‌। କିଡ୍‌ନୀ ମଧ୍ୟ ଦେଇ ଯଥେଷ୍ଟ ରକ୍ତ ପ୍ରଭାବିତ ହୋଇ ନ ପାରିବା ଯୋଗୁ ଏହାର ଅକ୍ଷମତା ଉପୁଜେ। ତରଳ ଝାଡ଼ା ବାନ୍ତି ଯୋଗୁ ଡିହାଇଡ୍ରେସନ୍‌ ହେବା, ଶରୀରରୁ ଅଧିକ ରକ୍ତକ୍ଷୟ ଘଟିବା, ଚର୍ମର ବେଶି ଅଂଶ ପୋଡ଼ିଯିବା, ସଂକ୍ରମଣ ବଢ଼ି ସେପ୍ଟିସିମିଆ ହେବା, ଅଂଶୁଘାତ ହେବା, ବିଷାକ୍ତ ସାପ କାମୁଡ଼ିବା, ବିଷ ଖାଇବା ଇତ୍ୟାଦି କାରଣରୁ ଆକ୍ୟୁଟ୍‌ କିଡ୍‌ନୀ ଅକ୍ଷମତା ପ୍ରକାଶପାଏ। ପରିସ୍ରାର ପରିମାଣ କମିଯିବା, ଅଇ ଉଠିବା, ବାନ୍ତି ହେବା, ଭୋକ ମରିଯିବା, ଦୁର୍ବଳତା ଅନୁଭବ କରିବା, ନିଦୁଳିଆ ଲାଗିବା, ଶ୍ୱାସକ୍ରିୟାରେ କଷ୍ଟ ହେବା, ପାଦ ଫୁଲିବା ଆଦି ଏହାର କେତୋଟି ସାଧାରଣ ଲକ୍ଷଣ। ଅନ୍ୟପକ୍ଷରେ ରକ୍ତଚାପ ବଢ଼ି ଦୀର୍ଘଦିନ ଧରି ଅନିୟନ୍ତ୍ରିତ ଅବସ୍ଥାରେ ରହିଲେ, ଡାଇବେଟିସ୍‌ ନିୟନ୍ତ୍ରଣରେ ନ ଥିଲେ ଯନ୍ତ୍ରଣା କମେଇବା ପାଇଁ ମୁଠା ମୁଠା ପେନ୍‌କିଲର୍‌ ଓଷଧ ଖାଇଲେ ପୁରୁଷମାନଙ୍କଠାରେ ଏହାର ପ୍ରଭାବ ପଡ଼େ। ଏପରି ଅବସ୍ଥାକୁ କୁହାଯାଏ ଦୀର୍ଘକାଳୀନ କିଡ୍‌ନୀ ଅକ୍ଷମତା‘କ୍ରନିକ୍‌ ରେନାଲ୍‌ ଫେଲ୍ୟୁଓର୍‌’ ବା ସିଆର୍‌ଏଫ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri