Posted inଖେଳ

ସଡ଼କ ଦୁର୍ଘଟଣା ପରେ ଜୋରଦାର ପ୍ରତ୍ୟାବର୍ତ୍ତନ କରିଛନ୍ତି ଏସବୁ କ୍ରିକେଟର; ପାଲଟିଥିଲେ ଉଦାହରଣ…

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ଦଳର ଷ୍ଟାର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଶୁକ୍ରବାର ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ବର୍ତ୍ତମାନ ସେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଏଭଳି ସ୍ଥିତିରେ ସେ ସୁସ୍ଥ ହୋଇ ଖେଳିବାକୁ ୩ ରୁ ୬ ମାସ ସମୟ ଲାଗିପାରେ ବୋଲି କୁହାଯାଉଛି। ତେବେ ଆସନ୍ତୁ ଜାଣିବା ଏହିପରି କିଛି କ୍ରିକେଟରଙ୍କ ବିଷୟରେ ଯେଉଁମାନେ କାର ଦୁର୍ଘଟଣା ପରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି।

୧-ମହମ୍ମଦ ଶାମି:
ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି ୨୦୧୮ ରେ ଏକ ସଡକ ଦୁର୍ଘଟଣାର ଶିକାର ହୋଇଥିଲେ। ଶାମି ଡେରାଡୁନରୁ ଦିଲ୍ଲୀ ଯାଉଥିବାବେଳେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ସେ ଆହତ ହୋଇଥିଲେ। ତେବେ ଏଥିରୁ ସୁସ୍ଥ ହେବା ପରେ ଶାମି ଦୃଢ଼ ପ୍ରତ୍ୟାବର୍ତ୍ତନ କରିଥିଲେ।

୨-ସାଇରାଜ ବହୁତୁଲେ:
ପୂର୍ବତନ ଭାରତୀୟ କ୍ରିକେଟର ସାଇରାଜ ବହୁତୁଲେ ମଧ୍ୟ ଏକ କାର ଦୁର୍ଘଟଣାର ଶିକାର ହୋଇଥିଲେ। ମୁମ୍ବାଇର ମେରାଇନ ଡ୍ରାଇଭ ନିକଟରେ ସାଇରାଜଙ୍କ ଦୁର୍ଘଟଣା ହୋଇଥିଲା। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଏଥିରେ ତାଙ୍କ ସାଙ୍ଗଙ୍କର ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣା ପରେ ସାଇରାଜଙ୍କ ଗୋଡରେ ଏକ ରଡ୍‌ ଭର୍ତ୍ତି କରିବାକୁ ପଡିଥିଲା। ଦୁର୍ଘଟଣାର ପ୍ରାୟ ଏକ ବର୍ଷ ପରେ ସେ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଥିଲେ।

୩-ମସୁର ଅଲି ପଟ୍ଟୌଦୀ
ପୂର୍ବତନ ଭାରତୀୟ ଅଧିନାୟକ ମସୁର ଅଲି ପଟ୍ଟୌଦୀ ମଧ୍ୟ ଥରେ ଦୁର୍ଘଟଣାର ଶିକାର ହୋଇଥିଲେ। ଦୁର୍ଘଟଣା ସମୟରେ ତାଙ୍କୁ ୨୦ ବର୍ଷ ହୋଇଥିଲା। ଏହି ଦୁର୍ଘଟଣାରେ ସେ ଡାହାଣ ଆଖି ହରାଇଥିଲେ। ଏହା ପରେ ମଧ୍ୟ ସେ ପଡ଼ିଆରେ ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଥିଲେ।

୪-କୌଶଲ ଲୋକୁରାଚି:
୨୦୦୩ ରେ ଶ୍ରୀଲଙ୍କାର ପୂର୍ବତନ ସ୍ପିନର କୌଶଲ ଲୋକୁରାଚି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ସେ ଚଳିତ ବର୍ଷ ଶ୍ରୀଲଙ୍କା ପାଇଁ ଡେବ୍ୟୁ କରିଥିଲେ। ଏହି ଦୁର୍ଘଟଣାରେ ତାଙ୍କ କାନ୍ଧରେ ଆଘାତ ଲାଗିଛି। ଏହି ଘଟଣା ପରେ ତାଙ୍କୁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ନିଲମ୍ବିତ କରିଥିଲା। କିନ୍ତୁ ସେ ପୁଣିଥରେ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri