କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି ବି କିଛି ଗଛ ରହିଛି ଯାହାକୁ ଘରେ ଲଗାଇଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ ସୁଖଶାନ୍ତି ବଢ଼ିଥାଏ…

* ବାମ୍ବୋ ପ୍ଲାଣ୍ଟ ଘରକୁ ସୁଖ, ଶାନ୍ତି, ସୌଭାଗ୍ୟ ଓ ପ୍ରସିଦ୍ଧି ଆଣିଥାଏ। ଏହାକୁ ଲିଭିଂ ରୁମ୍‌ରେ ରଖିବା ଶୁଭ ହୋଇଥାଏ। ତା’ଛଡ଼ା ଅଫିସ୍‌ ଡେସ୍କରେ ବି ଏହାକୁ ରଖିପାରିବେ। ଆବଶ୍ୟକ ହେଲେ କାହାକୁ ଗିଫ୍ଟ ଆକାରରେ ବି ଏହି ପ୍ଲାଣ୍ଟ ଦେଇପାରିବେ।

* ମନିପ୍ଲାଣ୍ଟକୁ ଇଣ୍ଡୋର ପ୍ଲାଣ୍ଟ ଭାବେ ଘର ଭିତରେ ରଖିହେବ। ଯଦି ସୁବିଧା ନାହିଁ ତା’ହେଲେ ଅଗଣାରେ ବି ଲଗାଇହେବ। ଖାସ୍‌ କରି ଘରର ଦକ୍ଷିଣ-ପୂର୍ବ କୋଣରେ ଏହି ଗଛକୁ ଲଗାଇବା ଦ୍ୱାରା ଘରର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଥାଏ।

* ପ୍ରେମ ଓ ସଦ୍‌ଭାବର ପ୍ରତୀକ କୁହାଯାଉଥିବା ପିସ୍‌ ଲିଲିକୁ ଖାସ୍‌ କରି ବେଡ୍‌ରୁମ୍‌ରେ ଲଗାଇଲେ ନିଦ ଭଲ ହେବା ସହ ଦୁଃସ୍ବପ୍ନ ଆସି ନଥାଏ। ତା’ଛଡ଼ା ପତ୍ନୀପତିଙ୍କ ସମ୍ପର୍କ ବି ନିବିଡ଼ ହୋଇଥାଏ।

* ସ୍ନେକ୍‌ ପ୍ଲାଣ୍ଟ ବି ସକାରାତ୍ମକ ଊର୍ଜ୍ଜାକୁ ଆକର୍ଷିତ କରିଥାଏ। ତା’ଛଡ଼ା ଏହା ଏକ ଏୟାର୍‌ ପ୍ୟୁରିଫାୟାର୍‌ ପ୍ଲାଣ୍ଟ ମଧ୍ୟ। ସେଥିପାଇଁ ଏହାକୁ ଘରେ ବିଶେଷକରି ଝରକା ପାଖରେ ରଖିଲେ ଘରର ବାତାବରଣ ସ୍ବଚ୍ଛ ରହିଥାଏ ବୋଲି ବିଶ୍ୱାସ କରାଯାଏ।

* ରବର ପ୍ଲାଣ୍ଟକୁ ବି ଘର ଭିତରେ ଲଗାଇବା ଶୁଭ। କାରଣ ଏହି ଗଛ ଆର୍ଥିକ ସମୃଦ୍ଧି ଆଣିବାରେ ବିଶେଷ ସହାୟକ ହୋଇଥାଏ ବୋଲି ବିଶ୍ୱାସ କରାଯାଏ। ଏହି ଗଛକୁ ଘରର ଦକ୍ଷିଣ-ପୂର୍ବ ଦିଗରେ ଲଗାଇବା ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri