Posted inଜାତୀୟ

ନିଜ ପାଖରେ ଏହି ସବୁ ମନ୍ତ୍ରଣାଳୟ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ରବିବାର ଶପଥ ଗ୍ରହଣ କରିଛନ୍ତି। ନରେନ୍ଦ୍ର ମୋଦି ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ତେବେ ସୋମବାର ସୋମବାର ପ୍ରଧାନମନ୍ତ୍ରୀ ପ୍ରଥମ କ୍ୟାବିନେଟ ବୈଠକ କରି ବିଭାଗ ବଣ୍ଟନ କରିଛନ୍ତି। ମନ୍ତ୍ରଣାଳୟର ବଣ୍ଟନରେ ପୂର୍ବ ସରକାରଙ୍କ ଝଲକ ଦେଖିବାକୁ ମିଳିଛି। ଶ୍ରେଷ୍ଠ ୪ ମନ୍ତ୍ରଣାଳୟ ଯାହାଙ୍କ ପାଖରେ ଥିଲା ସେମାନଙ୍କୁ ସେହି ମନ୍ତ୍ରଣାଳୟ ଦିଆଯାଇଛି। ଏଥି ସହିତ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କିଛି ମନ୍ତ୍ରଣାଳୟ ନିଜ ପାଖରେ ରଖିଛନ୍ତି।

ପ୍ରଧାନମନ୍ତ୍ରୀ ନିଜ ପାଖରେ ବ୍ୟକ୍ତିଗତ, ଜନ ଅଭିଯୋଗ ଏବଂ ପେନସନ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ମହାକାଶ ବିଭାଗ ରଖିଛନ୍ତି।

ଏହା ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗତଥର ଭଳି ଅମିତ ଶାହାଙ୍କ ହାତରେ ଅଛି, ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟ ଗତଥର ଭଳି ରାଜନାଥ ସିଂଙ୍କୁ ଦିଆଯାଇଛି। ସେହିଭଳି ବୈଦେଶିକ ମନ୍ତ୍ରଣାଳୟ ଏସ୍‌. ଜୟଶଙ୍କର, ସଡ଼କ ପରିବହନ ଏବଂ ରାଜପଥ ନୀତୀନ ଗଡକରୀ ଏବଂ ଅର୍ଥ ମନ୍ତ୍ରଣାଳୟ ନିର୍ମଳା ସୀତାରମଣଙ୍କୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri