Posted inରାଜ୍ୟ

ଏହି ବିଧାୟକ ମାନଙ୍କୁ ମିଳିବ ଖାଲିଥିବା ୬ ମନ୍ତ୍ରୀ ପଦ, ମନମୋହନ କଲେ ଖୁଲାସା

ଭୁବନେଶ୍ୱର,୧୦।୭(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଗୋଟିଏ ବର୍ଷ ପୂରଣ ହୋଇସାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାର କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳରେ ୧୬ ଜଣ ମନ୍ତ୍ରୀ ରହିଛନ୍ତି। ଏହା ବାଦ୍‌ ୬ଟି ମନ୍ତ୍ରୀ ପଦ ବର୍ତ୍ତମାନ ସୁଦ୍ଧା ଖାଲି ରହିଛି। ଖୁବ୍‌ଶୀଘ୍ର ପଦବୀ ପୂରଣ ହେବ ବୋଲି ଭାଜପାର ନୂଆ ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ମନମୋହନ ୪ର୍ଥ ଥର ଲାଗି ଦଳର ସଭାପତି ନିଯୁକ୍ତ ହେବାପରେ ବୁଧବାର ଲିଙ୍ଗରାଜ ମନ୍ଦିରକୁ ଦର୍ଶନ ଅବସରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାକୁ ସଶକ୍ତ ଏବଂ ସମୃଦ୍ଧ ରାଜ୍ୟରେ ପରିଣତ କରିବା ଲାଗି ଲକ୍ଷ୍ୟ ରଖାଯାଇଛି। ପଞ୍ଚାୟତ ନିର୍ବାଚନକୁ ଦେଢ଼ବର୍ଷରୁ କମ୍‌ ସମୟ ରହିଛି। ସାଧାରଣ ଲୋକେ ଯେପରି ରାଜ୍ୟରେ ନେତୃତ୍ୱ ପରିବର୍ତ୍ତନ କଲେ ସେହିପରି ତୃଣମୂଳସ୍ତରରେ ପରିବର୍ତ୍ତନ ଚାହୁଁଛନ୍ତି। ଭାଜପା ଏଥର ପଞ୍ଚାୟତସ୍ତରରେ ଭଲ ପ୍ରଦର୍ଶନ କରିବ। ସଭାପତି ଯେତେବେଳେ ନୂଆ ହୋଇଛନ୍ତି ଦଳ ନୂଆ କମିଟି ମଧ୍ୟ ଗଠନ କରିବ। ସେହିପରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ମଧ୍ୟ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଦଳର ନୂଆ ସଭାପତି ଚୟନ ନେଇ ସମସ୍ତଙ୍କ ଅପେକ୍ଷା ରହିଥିଲା। ସର୍ବସମ୍ମତିକ୍ରମେ ମନମୋହନ ସାମଲଙ୍କ ଉପରେ କେନ୍ଦ୍ରୀୟ ନେତୃତ୍ୱ ଆଉ ଥରେ ଭରସା କରିଥିବା ଦେଖିବାକୁ ମିଳିଛି। ସେ ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲକରି ୪ର୍ଥ ଥର ଲାଗି ଦଳର ସଭାପତି ପଦ ସମ୍ଭାଳିଛନ୍ତି। ସରକାର ଗଠନ ହେବା ପରେ ନିଗମ ଏବଂ ବୋର୍ଡଗୁଡ଼ିକ ଖାଲି ଥିବା ସଙ୍ଗେ ସଙ୍ଗେ ଆହୁରି ୬ଟି ମନ୍ତ୍ରୀ ପଦ ଖାଲି ରହିଛି। ଦଳର ସଭାପତି ନିର୍ବାଚନ ସରି ନ ଥିବାରୁ ଏହିସବୁ ପଦବୀ ଖାଲିଥିବା ଭାଜପା ନେତାମାନେ ଅନେକ ସମୟରେ ମତ ରଖିଥିଲେ। ବର୍ତ୍ତମାନ ସଭାପତି ନିର୍ବାଚନ ସରିବା ପରେ ଏହି ପଦବୀଗୁଡିକ ପୂରଣ ହୋଇଯିବ ବୋଲି ଚର୍ଚ୍ଚା ମଧ୍ୟ ଜୋର୍‌ ଧରିଲାଣି। ଦଳର ବହୁ ନେତା ବିଭିନ୍ନ ପଦବୀ ପାଇବା ଲାଗି ଜୋର୍‌ଦାର ଉଦ୍ୟମ ଆରମ୍ଭ ମଧ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri