Posted inରାଜ୍ୟ

ଏହି ବିଧାୟକ ମାନଙ୍କୁ ମିଳିବ ଖାଲିଥିବା ୬ ମନ୍ତ୍ରୀ ପଦ, ମନମୋହନ କଲେ ଖୁଲାସା

ଭୁବନେଶ୍ୱର,୧୦।୭(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଗୋଟିଏ ବର୍ଷ ପୂରଣ ହୋଇସାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାର କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳରେ ୧୬ ଜଣ ମନ୍ତ୍ରୀ ରହିଛନ୍ତି। ଏହା ବାଦ୍‌ ୬ଟି ମନ୍ତ୍ରୀ ପଦ ବର୍ତ୍ତମାନ ସୁଦ୍ଧା ଖାଲି ରହିଛି। ଖୁବ୍‌ଶୀଘ୍ର ପଦବୀ ପୂରଣ ହେବ ବୋଲି ଭାଜପାର ନୂଆ ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ମନମୋହନ ୪ର୍ଥ ଥର ଲାଗି ଦଳର ସଭାପତି ନିଯୁକ୍ତ ହେବାପରେ ବୁଧବାର ଲିଙ୍ଗରାଜ ମନ୍ଦିରକୁ ଦର୍ଶନ ଅବସରରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାକୁ ସଶକ୍ତ ଏବଂ ସମୃଦ୍ଧ ରାଜ୍ୟରେ ପରିଣତ କରିବା ଲାଗି ଲକ୍ଷ୍ୟ ରଖାଯାଇଛି। ପଞ୍ଚାୟତ ନିର୍ବାଚନକୁ ଦେଢ଼ବର୍ଷରୁ କମ୍‌ ସମୟ ରହିଛି। ସାଧାରଣ ଲୋକେ ଯେପରି ରାଜ୍ୟରେ ନେତୃତ୍ୱ ପରିବର୍ତ୍ତନ କଲେ ସେହିପରି ତୃଣମୂଳସ୍ତରରେ ପରିବର୍ତ୍ତନ ଚାହୁଁଛନ୍ତି। ଭାଜପା ଏଥର ପଞ୍ଚାୟତସ୍ତରରେ ଭଲ ପ୍ରଦର୍ଶନ କରିବ। ସଭାପତି ଯେତେବେଳେ ନୂଆ ହୋଇଛନ୍ତି ଦଳ ନୂଆ କମିଟି ମଧ୍ୟ ଗଠନ କରିବ। ସେହିପରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ମଧ୍ୟ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା ସରକାରକୁ ଆସିବା ପରେ ଦଳର ନୂଆ ସଭାପତି ଚୟନ ନେଇ ସମସ୍ତଙ୍କ ଅପେକ୍ଷା ରହିଥିଲା। ସର୍ବସମ୍ମତିକ୍ରମେ ମନମୋହନ ସାମଲଙ୍କ ଉପରେ କେନ୍ଦ୍ରୀୟ ନେତୃତ୍ୱ ଆଉ ଥରେ ଭରସା କରିଥିବା ଦେଖିବାକୁ ମିଳିଛି। ସେ ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲକରି ୪ର୍ଥ ଥର ଲାଗି ଦଳର ସଭାପତି ପଦ ସମ୍ଭାଳିଛନ୍ତି। ସରକାର ଗଠନ ହେବା ପରେ ନିଗମ ଏବଂ ବୋର୍ଡଗୁଡ଼ିକ ଖାଲି ଥିବା ସଙ୍ଗେ ସଙ୍ଗେ ଆହୁରି ୬ଟି ମନ୍ତ୍ରୀ ପଦ ଖାଲି ରହିଛି। ଦଳର ସଭାପତି ନିର୍ବାଚନ ସରି ନ ଥିବାରୁ ଏହିସବୁ ପଦବୀ ଖାଲିଥିବା ଭାଜପା ନେତାମାନେ ଅନେକ ସମୟରେ ମତ ରଖିଥିଲେ। ବର୍ତ୍ତମାନ ସଭାପତି ନିର୍ବାଚନ ସରିବା ପରେ ଏହି ପଦବୀଗୁଡିକ ପୂରଣ ହୋଇଯିବ ବୋଲି ଚର୍ଚ୍ଚା ମଧ୍ୟ ଜୋର୍‌ ଧରିଲାଣି। ଦଳର ବହୁ ନେତା ବିଭିନ୍ନ ପଦବୀ ପାଇବା ଲାଗି ଜୋର୍‌ଦାର ଉଦ୍ୟମ ଆରମ୍ଭ ମଧ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?