Posted inଜାତୀୟ

ଜୁନ ୨୩ରେ ହେବାକୁ ଥିବା ବିରୋଧୀ ଦଳ ବୈଠକରେ ସାମିଲ ହେବାକୁ ଏହି ବିରୋଧୀ ଦଳମାନେ ଦେଇଛନ୍ତି ସହମତି

ପାଟନା,୮।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପାଟନାରେ ଡକାଇଥିବା ବିରୋଧୀ ଦଳ ବୈଠକ ଜୁନ୨୩ରେ ଅନୁଷ୍ଠିତ ହେବାକୁ ଯାଉଛି। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ଦେଶର ଅନେକ ରାଜନୈତିକ ଭେଟେରାନଙ୍କ ସମାବେଶ ହେବ। ଏହି ବୈଠକ ପ୍ରଥମେ ମେ’ ୧୯ ଏବଂ ପରେ ଜୁନ ୧୨ରେ ହେବାର ଥିଲା, କିନ୍ତୁ ସବୁ ଦଳର ବରିଷ୍ଠ ନେତାଙ୍କ ଅନୁପସ୍ଥିତି ଯୋଗୁଁ ଏହାକୁ ସ୍ଥଗିତ ରଖାଯାଇଥିଲା। କିନ୍ତୁ ଜୁନ ୨୩ରେ ବୈଠକ ପାଇଁ ସମସ୍ତ ଦଳର ବିଶିଷ୍ଟ ନେତାମାନେ ସେମାନଙ୍କ ସହମତି ଦଇଛନ୍ତି।

ଜନତା ଦଳ ୟୁନାଇଟେଡ (ଜେଡିୟୁ)ର ରାଷ୍ଟ୍ରୀୟ ସଭାପତି ଲଲନ ସିଂ କହିଛନ୍ତି, କଂଗ୍ରେସ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ ଏହି ବୈଠକରେ ଯୋଗଦେବାକୁ ରାଜି ହୋଇଛନ୍ତି। ଏହା ସହିତ ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ସମାଜବାଦୀ ପାର୍ଟି (ଏସ୍‌ପି) ସଭାପତି ଏବଂ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ମୁଖ୍ୟ ତଥା ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଶିବସେନା ସଭାପତି ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର, ଡିଏମକେ ସଭାପତି ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ସିପିଆଇ ସଚିବ ଡି. ରାଜା, ସିପିଏମ ସୀତାରାମ ୟେଚୁରୀ, ସିପିଆଇ (ଏମ) ସଚିବ ଦୀପଙ୍କର ଭଟ୍ଟାଚାର୍ଯ୍ୟ ମଧ୍ୟ ଏଥିରେ ଯୋଗଦେବାକୁ ସହମତି ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?