Posted inରାଜ୍ୟ

ଏମାନଙ୍କ ଖାତାକୁ ଗଲା ଟଙ୍କା, ଶୀଘ୍ର ଚେକ୍‌ କରନ୍ତୁ…

ଭୁବନେଶ୍ୱର,୮।୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ସରକାରଙ୍କ ୨୩୦୦ MSP ସହ ୮୦୦ ଇନପୁଟ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।

ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନ କରିଛନ୍ତି। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିଛନ୍ତି।

କେନ୍ଦ୍ର ସରକାର ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ୨୩୦୦ ଟଙ୍କା ଘୋଷଣା କରିଛନ୍ତି। ଏମ୍‌ଏସ୍‌ପି ସହ ଚାଷୀଙ୍କୁ ରାଜ୍ୟ ସରକାର ୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଦେବେ। ରାଜ୍ୟ ସରକାର ଚାଷୀଙ୍କଠାରୁ ମୋଟ ୩୧୦୦ ଟଙ୍କାରେ ଧାନ କିଣିବେ। ଧାନ କିଣାଯିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଏହି ଟଙ୍କା ଯିବ। ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ଜଗତ୍‌ସିଂହପୁର, ଭଦ୍ରକ ଜିଲାରେ ସମାବେଶ କରି ଇନ୍‌ପୁଟ ସବ୍‌ସିଡି ବଣ୍ଟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri