ଏମାନଙ୍କୁ ମିଳିବ ପକ୍କା ଘର: ୩୪ ଲକ୍ଷ ଲୋକଙ୍କର ହେଲା ସର୍ଟଲିଷ୍ଟ , ତାଲିକାରେ…

ଭୁବନେଶ୍ୱର,୯।୧: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।

ପୂର୍ବରୁ ପଞ୍ଚାୟତିରାଜ ମନ୍ତ୍ରୀ ଘୋଷଣା କରି କହିଥିଲେ, ଆଉ ରହିବନି ବିଜୁ ପକ୍କା ଘର ସ୍କିମ । ସମସ୍ତଙ୍କୁ ମିଳିବ ଘର । କୌଣସି ଯୋଗ୍ୟ ହିତାଧିକାରୀ ସରକାରୀ ଆବାସରୁ ବଞ୍ଚିତ ହେବେ ନାହିଁ । ଅନ୍ୟପଟେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯୋଗ୍ୟତା ମାପଦଣ୍ଡକୁ କୋହଳ ସରକାର କରିଛନ୍ତି। ସର୍ବାଧିକ ମାସିକ ଆୟ ୧୦ ହଜାରରୁ ୧୫ ହଜାରକୁ ବଢ଼ାଇଛନ୍ତି। ସେହିପରି ପୂର୍ବ ମାପଦଣ୍ଡରେ ଅନେକ ପରିବର୍ତ୍ତନ କରିଛନ୍ତି।

ପୂର୍ବରୁ ହିତାଧିକାରୀଙ୍କ ପରିବାରର ସର୍ବାଧିକ ମାସିକ ଆୟ ୧୦ ହଜାର ରଖାଯାଇଥିଲା । ଏହାକୁ ବଢ଼ାଇ ୧୫ ହଜାର କରାଯାଇଛି । ଦୁଇ ଚକିଆ ଯାନ, ଫ୍ରିଜ , ଲ୍ୟାଣ୍ଡ ଫୋନ ଥିଲେ ବି PMAY ପାଇଁ ଯୋଗ୍ୟ ବିବେଚିତ ହୋଇପାରିବେ । ଦିବ୍ୟାଙ୍ଗ ଓ ଭିନ୍ନ ହୋଇଥିବା ପୁଅଙ୍କୁ ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ । ସେହିପରି ବିଧବା ଓ ନିରାଶ୍ରୟ ମହିଳା ଏହି ଯୋଜନାରେ ମଧ୍ୟ ସାମିଲ ହୋଇପାରିବେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ସଫାରେ ଛାତ୍ରୀଛାତ୍ରଙ୍କୁ ନିୟୋଜନ ଅଭିଯୋଗ : ସେବାଶ୍ରମ ସ୍କୁଲ ଘେରିଲେ ଅଭିଭାବକ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ପ୍ରଧାନପାଲିସ୍ଥିତ ସେବାଶ୍ରମ ସ୍କୁଲରେ କାର୍ଯ୍ୟରତ ଜଣେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପରିସରରେ ପାଇଖାନା ସଫା କରିବାରେ ନିୟୋଜିତ କରିଥିବା...

ଇପିଏଫ୍‌ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଦାବିପତ୍ର

ନୂଆପଡ଼ା, ୯।୧ (ମକାରୁ ବେମାଲ): ନୂଆପଡ଼ା ଜିଲା ଇପିଏଫ୍‌ ସଂଘ ପକ୍ଷରୁ ପେନସନ ବୃଦ୍ଧି ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ...

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ...

ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍‌; ୩ ଦୁର୍ଘଟଣାରେ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ...

ଘୋଡ଼ାହାଡ଼ ଡ୍ୟାମ୍‌ରେ ଶେଷ ହେଲା କୁମ୍ଭୀର ଗଣନା: କୁମ୍ଭୀର ସଂଖ୍ୟା..

ଦିଗପହଣ୍ଡି,୯ା୧(ଅଶେଷ ନାଥ ମିଶ୍ର): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନିି ଖୋଖରଙ୍କ ତତ୍ୱାବଧାନରେ ଦିଗପହଣ୍ଡି ବ୍ଳକ ଖମାରି ଗାଁ...

ସମାନ ହୋଟେଲ ହେଲେ ଅଲଗା ରୁମ୍‌: ହେଲା ବଡ଼ ଖୁଲାସା! 

ମୁମ୍ବାଇ: ବଲିଉଡ୍‌ର ‘ପିଆର୍‌ ଷ୍ଟାର’ କାର୍ତ୍ତିକ ଆର୍ୟନଙ୍କ ଲଭଲାଇଫ୍‌ ଏବେ ଚର୍ଚ୍ଚାରେ। କିଛିଦିନ ତଳେଇଣ୍ଡଷ୍ଟ୍ରି ବାହାରୁ ଆସିଥିବା ଏହି ଅଭିନେତାଙ୍କ ଫିଲ୍ମ ‘ତୁ ମେରି ମୈ...

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri