ପୋଲିସକୁ ଦେଖି ୭ କୋଟି ଟଙ୍କାର ଅତି ଦୁର୍ଲଭ ଝିଟିପିଟି ଛାଡ଼ି ଯୁବକ ଫେରାର୍‌

କୋଲକାତା, ୧୦।୯: ସୀମା ସୁରକ୍ଷା ବଳୟ (ବିଏସ୍‌ଏଫ୍‌) ଯବାନମାନେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲାର ଭାରତ-ବାଂଲାଦେଶ ସୀମା ଦେଇ ଚୋରା ଚାଲାଣ ହେଉଥିବା ୧୪ଟି ଅତି ଦୁର୍ଲଭ ଝିଟିପିଟି ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ଝିଟିପିଟିଗୁଡ଼ିକ ‘ଟେକୋ ଗେକୋ’ ପ୍ରଜାତିର ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଏହି ୧୪ଟି ଝିଟିପିଟିର ଅନ୍ତର୍ଜାତୀୟ ବଜାର ମୂଲ୍ୟ ୭ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି।


ବିଭାଗର ବରିଷ୍ଠ ଅଧିକାରୀଙ୍କ ପକ୍ଷରୁ କୁହାଯାଇଛି ଯେ, ବିଏସ୍‌ଏଫ୍‌ ଯବାନମାନେ ପରଗୁମାଟି ସୀମା ପୋଷ୍ଟରେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଦେଖିଥିଲେ। ଯେତେବେଳେ ବିଏସ୍‌ଏଫ୍‌ ଯବାନମାନେ ସେହି ବ୍ୟକ୍ତିଙ୍କ ନିକଟକୁ ଯିବାକୁ ଚେଷ୍ଟା କରିଥିଲେ ସେ ଝିଟିପିଟି ଭର୍ତ୍ତି ବ୍ୟାଗ୍‌କୁ ଫୋଫାଡ଼ି ଦେଇ ଦୌଡ଼ି ପଳାଇଥିଲା। ପରେ ଯବାନମାନେ ବ୍ୟାଗ୍‌ ଖୋଲି ସେଥିରେ ଝିଟିପିଟି ଥିବା ଦେଖିବାକୁ ପାଇଥିଲେ। ଏହାପରେ ସେମାନେ ଉକ୍ତ ବ୍ୟାଗ୍‌କୁ ବନ ବିଭାଗକୁ ହସ୍ତାନ୍ତର କରିଥିଲେ। ଏସିଆ ମହାଦେଶର ଜଙ୍ଗଲରେ ଏହି ଅତି ଦୁର୍ଲଭ ଝିଟିପିଟି ଗଛ ଡାଳରେ ଛପି ରହିଥାନ୍ତି। ବନ୍ୟଜନ୍ତୁ ସୁରକ୍ଷା ଆଇନ ୧୯୭୨ ଅନୁଯାୟୀ, ଏହି ଝିଟିପିଟି ରଖିବା କିମ୍ବା ଏହାର ବ୍ୟବସାୟ କରିବା ବେଆଇନ ଅଟେ। ପାରମ୍ପରିକ ଭାବେ ଏହି ‘ଟେକୋ ଗେକୋ’ ପ୍ରଜାତିର ଝିଟିପିଟିରୁ ଔଷଧ ପ୍ରସ୍ତୁତି କରାଯାଇଥାଏ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri