ମୃତ୍ୟୁମୁଖରୁ ବଞ୍ଚିଗଲେ ଏହି ଦୁଇ ଅଭିନେତ୍ରୀ, ଫଟୋ ଶେୟାର କରି କହିଲେ ଅସଲ କାରଣ…

ମୁମ୍ବାଇ: ନ୍ୟାଶନାଲ କ୍ରସ୍‌ ନାମରେ ପ୍ରସିଦ୍ଧ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚିଛନ୍ତି। ସେ ଯେଉଁ ବିମାନରେ ଯାତ୍ରା କରୁଥିଲେ ଉକ୍ତ ବିମାନଟିକୁ ତାଙ୍କୁ ଜରୁରୀକାଳୀନ ଅବତରଣ କରିବାକୁ ପଡ଼ିଥିଲା। ଏହି ଘଟଣାରେ ଅଭିନେତ୍ରୀ ଏବଂ ଯାତ୍ରୀମାନେ ବହୁତ ଡରି ଯାଇଥିଲେ। ରଶ୍ମିକା ନିଜେ ସୋସିଆଲ ମିଡିଆରେ ଏହି ଘଟଣା ବିଷୟରେ ସୂଚନା ଦେଇ କହିଛନ୍ତି ଯେ, ସେ ମୃତ୍ୟୁରୁ ରକ୍ଷା ପାଇଛନ୍ତି। ବିମାନରେ ବସିଥିବା ସମୟରେ ରଶ୍ମିକା ଏକ ଫଟୋ ଶେୟାର କରିଛନ୍ତି।

rashmika mandanna flight

ରଶ୍ମିକାଙ୍କ ସହ ଅଭିନେତ୍ରୀ ଶ୍ରଦ୍ଧା ଦାସ ମଧ୍ୟ ଯାତ୍ରା କରୁଥିଲେ। ଇନ୍‌ଷ୍ଟାଗ୍ରାମରେ ରଶ୍ମିକା ଶ୍ରଦ୍ଧାଙ୍କ ସହ ଏକ ସେଲଫି ଶେୟାର କରି ଲେଖିଛନ୍ତି, ‘କେବଳ ଆପଣଙ୍କ ସୂଚନା ପାଇଁ, ଆଜି ଆମେ କିପରି ମୃତ୍ୟୁରୁ ରକ୍ଷା ପାଇଲୁ …’ ଏକ ରିପୋର୍ଟ ଅନୁଯାୟୀ, ଏହି ବିମାନ ମୁମ୍ବାଇରୁ ହାଇଦ୍ରାବାଦ ଯାଉଥିଲା। ଏଥିରେ କିଛି ଯାନ୍ତ୍ରିକ ତ୍ରୁଟି ରହିଥିଲା, ଯେଉଁଥିପାଇଁ ବିମାନରେ ଥିବା ଲୋକମାନେ ଭୟଭୀତ ହୋଇଥିଲେ।

ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି, ବିମାନଟି ଉଡ଼ାଣ ୩୦ ମିନିଟ୍‌ ପରେ ମୁମ୍ବାଇ ଫେରିଛି, ଯାହା ଦ୍ୱାରା ଏହାର ବୈଷୟିକ ତ୍ରୁଟି ଅନୁସନ୍ଧାନ କରାଯାଇପାରିବ। ଏହି ଘଟଣାରେ କେହି ଆହତ ହୋଇନାହାନ୍ତି। ରଶ୍ମିକା ଶେୟାର କରିଥିବା ଫଟୋରେ ସେ ଏବଂ ଅଭିନେତ୍ରୀ ଶ୍ରଦ୍ଧା ହସୁଥିବା ଦେଖିବାକୁ ମିଳିଛି। ସେ କ୍ୟାପଶନରେ ଏକ ହସୁଥିବା ଇମୋଜି ମଧ୍ୟ ଦେଇଛନ୍ତି।

ତେଲଗୁ, ତାମିଲ ଏବଂ ମାଲାୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତ୍ରୀମାନଙ୍କ ମଧ୍ୟରୁ ଶ୍ରଦ୍ଧା ଦାସ ଅନ୍ୟତମ। ରଶ୍ମିକା ପୁଷ୍ପା: ଦି ରାଇଜ ମାଧ୍ୟମରେ ଦକ୍ଷିଣ ତଥା ଉତ୍ତରରେ ଲୋକପ୍ରିୟତା ହାସଲ କରିଛନ୍ତି। ଆଜିକାଲି ସେ ‘ଆନିମଲ’ ଫିଲ୍ମର ସଫଳତାକୁ ଉପଭୋଗ କରୁଛନ୍ତି। ଏଥିରେ ତାଙ୍କୁ ରଣବୀର କପୁରଙ୍କ ବିପକ୍ଷରେ ଦେଖିବାକୁ ମିଳିଥିଲା। ଏହାର ନିର୍ଦ୍ଦେଶନା ଦେଇଥିଲେ ସନ୍ଦୀପ ରେଡ୍ଡୀ ଭାଙ୍ଗା।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri