ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଦୁଇ କୁଖ୍ୟାତ ମାଓବାଦୀ ଟଳି ପଡ଼ିଛନ୍ତି। ତୁମୁଡିବନ୍ଧ ବ୍ଲକ ବେଲଘର ପେଡମ ଜଙ୍ଗଲରେ ଏହି ଏନ୍‌କାଉଣ୍ଟର ହୋଇଛି। ଏବେ ବି ସର୍ଚ୍ଚ ଅପରେଶନ ଜାରି ରହିଛି ।

ମିଳିଥିବା ସୂଚନା ଅନୁସାରେ, ପେଡମ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀ ଏବଂ ପୋଲିସକୁ ଗୋଇନ୍ଦା ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ସାଦା ପୋଷାକରେ ପୋଲିସକୁ ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ। ଯାହାର ଦୃଢ଼ ଜବାବ ସୁରକ୍ଷାକର୍ମୀ ଦେଇଥିଲେ। ଦୀର୍ଘ ସମୟ ଧରି ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଦୁଇ ନିହତ ମାଓବାଦୀ ହେଲେ ରାୟଗଡ଼ାର ରାକେଶ ଓ ବିଜାପୁରର ଅମ୍ରିତ ବୋଲି ଜଣାପଡ଼ିଛି। ଉଭୟଙ୍କ ମୁଣ୍ଡ ପାଇଁ ୨୩.୬୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ଥିଲା। ଏନ୍‌କାଉଣ୍ଟର ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri