ମାଲିକଙ୍କୁ ନ ଜଣାଇ ଖୋଳିଦେଉଛନ୍ତି ଚାଷଜମି

ଜମନକିରା,୧୪ା୫(ଡି.ଏନ.ଏ.): ମାଲିକଙ୍କୁ ନ ଜଣାଇ ରାତାରାତି ଖୋଳିଦିଆଯାଉଛି ଚାଷଜମି। ଜମନକିରା ବ୍ଲକ ଅଞ୍ଚଳରେ ଓସିସି (ଓଡ଼ିଶା କନଷ୍ଟ୍ରକଶନ କମ୍ପାନୀ)ର ଏଭଳି ମନମୁଖୀ କାର୍ଯ୍ୟକୁ ଚାଷୀମାନେ ବିରୋଧ କରିବା ସହ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକ ଫାଶୀମାଲ ପଞ୍ଚାୟତ ଅନ୍ତର୍ଗତ ପୁକୁଡା, ଦେହୁରିନିମାଲ, ଫାଶିମାଲ, ତିଲେଇମାଲ ଆଦି ଗ୍ରାମଗୁଡ଼ିକୁ ସରକାର କୃଷିଭିତ୍ତିକ ଉନ୍ନତି ପାଇଁ କ୍ଷୁଦ୍ର ଜଳସେଚନ ବିଭାଗ କୁଚିଣ୍ଡା ପକ୍ଷରୁ ଓସିସିକୁ ଠିକା ଦିଆଯାଇଛି। ହେଲେ ଓସିସି କର୍ମଚାରୀ ଚାଷୀଙ୍କ ବିନା ଅନୁମତିରେ ଚାଷଜମିରେ ୮ରୁ ୧୦ଫୁଟ ଗାଢ଼ କରି ପାଇପ୍‌ଲାଇନ୍‌ ବିଛାଉଛନ୍ତି। ଏହା ଦ୍ୱାରା କ୍ଷେତରେ ଟ୍ରାକ୍ଟର କିମ୍ବା ପାୱାରଟିଲର ପଶିବା ଅସମ୍ଭବ ହେବ ବୋଲି ଚାଷୀମାନେ ଅନୁଭବ କରୁଛନ୍ତି। ଏ ନେଇ ପ୍ରଶାସନକୁ ଅବଗତ କରିଥିଲେ ମଧ୍ୟ ସୁଫଳ ମିଳୁ ନ ଥିବା ଅଞ୍ଚଳର ଚାଷୀମାନେ ଗଣମାଧ୍ୟମକୁ କହିଛନ୍ତି। ଠିକାସଂସ୍ଥାର ଏଭଳି କାମ ବିରୋଧରେ ଆନ୍ଦୋଳନ କରାଯିବ ବୋଲି ଚାଷୀ ସଂଗଠନ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ କୁଚିଣ୍ଡାଠାରେ ଅବସ୍ଥାପିତ କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ସୌଦାମିନୀ କିଷାନଙ୍କୁ ପଚାରିବାରୁ ସେ କହିଥିଲେ, ଏହା କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜଳସେଚନ ବିଭାଗ ପକ୍ଷରୁ ଓସିସି ଦ୍ୱାରା କାର୍ଯ୍ୟ କରାଯାଉଛି। ତେବେ ଚାଷୀଙ୍କ ମତାମତ ନେଇ ଏହା କରିବା କଥା ବୋଲି ସେ କହିଥିଲେ। ସେହିପରି ଓସିସି ସୁପରଭାଇଜର ଭଗବତ ମଲ୍ଲିକ କହନ୍ତି, ଗାଁର ମୁଖିଆଙ୍କୁ ପଚାରି ଏହି କାମ କରୁଛୁ। ଯଦି ସେଭଳି ଅଭିଯୋଗ ହେଉଛି ତା’ହେଲେ ସମ୍ପୃକ୍ତ ଜମି ମାଲିକଙ୍କୁ ପଚାରି କାମ କରିବୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri