Posted inଜାତୀୟ

‘ସେମାନେ ଲୋକ ସଭା ନିର୍ବାଚନର ମ୍ୟାଚ ଫିକ୍ସିଂ କରୁଛନ୍ତି,’କାହାକୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୩୧।୩: ରବିବାର ରାଜଧାନୀ ଦିଲ୍ଲୀର ରାମଲିଲା ମଇଦାନରେ ବିରୋଧୀ ଦଳର ମେଗା ରାଲିରେ ରାହୁଲ ଗାନ୍ଧୀ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାତଗଣତି କୋଟିପତିଙ୍କ ସହାୟତାରେ ଲୋକ ସଭା ନିର୍ବାଚନର ମ୍ୟାଚ ଫିକ୍ସିଂ କରୁଛନ୍ତି। କେନ୍ଦ୍ର ସରକାରଙ୍କ ବିରୋଧରେ ଅଭିଯୋଗ କରି ସେ କହିଛନ୍ତି ଯେ ନିର୍ବାଚନ ଆରମ୍ଭ ହେବା ପୂର୍ବରୁ ଆଉ ଦୁଇ ଖେଳାଳି (ହେମନ୍ତ ସୋରେନ ଏବଂ ଅରବିନ୍ଦ କେଜରିୱାଲ) ମଧ୍ୟ ଗିରଫ ହୋଇଥିଲେ।

ରାହୁଲଙ୍କ ଭାଷଣ ପୂର୍ବରୁ ସୋନିଆ ଗାନ୍ଧୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପତ୍ନୀ ସୁନୀତା କେଜରିୱାଲଙ୍କ ସହ ମଞ୍ଚ ଉପରେ ବସିଥିଲେ। ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ମଧ୍ୟ ତାଙ୍କ ସହ ଥିଲେ। ସୂଚନାଯୋଗ୍ୟ, ଉଭୟ ଅରବିନ୍ଦ କେଜରିୱାଲ ଏବଂ ହେମନ୍ତ ସୋରେନଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଗିରଫ କରିଛି। କେଜରିୱାଲଙ୍କ ଗିରଫଦାରୀକୁ ବିରୋଧ କରିବା ପାଇଁ ଏହି ମେଗା ରାଲି ଡକାଯାଇଥିଲା ଏବଂ ନିର୍ବାଚନ ପୂର୍ବରୁ ଏହା ଇଣ୍ଡିଆ ମେଣ୍ଟର ନେତାଙ୍କ ଏକ ବିଶାଳ ସାଧାରଣ ସଭା ଥିଲା।
ରାହୁଲ ଗାନ୍ଧୀ ଆହ୍ବାନ କହିଲେ, ‘ଏହା ଭୋଟ ପାଇଁ ନିର୍ବାଚନ ନୁହେଁ ବରଂ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଏକ ସଂଗ୍ରାମ।’ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟଗୁଡିକ ‘ଫ୍ରିଜ’ ବିଷୟରେ ଉଲ୍ଲେଖ କରି ସେ କହିଛନ୍ତି, ‘ଯଦି ନ୍ୟାୟପୂର୍ଣ୍ଣ ଭାବେ ଭୋଟ ନ ଦେବେ, ତେବେ ମ୍ୟାଚ ଫିକ୍ସର୍‌ ଜିତିଯିବେ। ’ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁନାହାଁନ୍ତି। ନିର୍ବାଚନ ପୂର୍ବରୁ ସେ ଦୁଇ ମୁଖ୍ୟମନ୍ତ୍ରୀଙ୍କୁ ଜେଲକୁ ପଠାଇଥିଲେ। ସେମାନେ ଆମର ସମସ୍ତ ଖାତା ଫ୍ରିଜ କରିଛନ୍ତ। ନିର୍ବାଚନ ପୂର୍ବରୁ ଆପଣ ଏହା କାହିଁକି କଲେବୋଲି ସେ ପ୍ରଶ୍ନ କରିଛନ୍ତି। ଆପଣ ଏମିତି କରି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri