Odisha Elections 2024
Posted inଜାତୀୟ

‘ସେମାନେ ଲୋକ ସଭା ନିର୍ବାଚନର ମ୍ୟାଚ ଫିକ୍ସିଂ କରୁଛନ୍ତି,’କାହାକୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୩୧।୩: ରବିବାର ରାଜଧାନୀ ଦିଲ୍ଲୀର ରାମଲିଲା ମଇଦାନରେ ବିରୋଧୀ ଦଳର ମେଗା ରାଲିରେ ରାହୁଲ ଗାନ୍ଧୀ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାତଗଣତି କୋଟିପତିଙ୍କ ସହାୟତାରେ ଲୋକ ସଭା ନିର୍ବାଚନର ମ୍ୟାଚ ଫିକ୍ସିଂ କରୁଛନ୍ତି। କେନ୍ଦ୍ର ସରକାରଙ୍କ ବିରୋଧରେ ଅଭିଯୋଗ କରି ସେ କହିଛନ୍ତି ଯେ ନିର୍ବାଚନ ଆରମ୍ଭ ହେବା ପୂର୍ବରୁ ଆଉ ଦୁଇ ଖେଳାଳି (ହେମନ୍ତ ସୋରେନ ଏବଂ ଅରବିନ୍ଦ କେଜରିୱାଲ) ମଧ୍ୟ ଗିରଫ ହୋଇଥିଲେ।

ରାହୁଲଙ୍କ ଭାଷଣ ପୂର୍ବରୁ ସୋନିଆ ଗାନ୍ଧୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପତ୍ନୀ ସୁନୀତା କେଜରିୱାଲଙ୍କ ସହ ମଞ୍ଚ ଉପରେ ବସିଥିଲେ। ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ମଧ୍ୟ ତାଙ୍କ ସହ ଥିଲେ। ସୂଚନାଯୋଗ୍ୟ, ଉଭୟ ଅରବିନ୍ଦ କେଜରିୱାଲ ଏବଂ ହେମନ୍ତ ସୋରେନଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଗିରଫ କରିଛି। କେଜରିୱାଲଙ୍କ ଗିରଫଦାରୀକୁ ବିରୋଧ କରିବା ପାଇଁ ଏହି ମେଗା ରାଲି ଡକାଯାଇଥିଲା ଏବଂ ନିର୍ବାଚନ ପୂର୍ବରୁ ଏହା ଇଣ୍ଡିଆ ମେଣ୍ଟର ନେତାଙ୍କ ଏକ ବିଶାଳ ସାଧାରଣ ସଭା ଥିଲା।
ରାହୁଲ ଗାନ୍ଧୀ ଆହ୍ବାନ କହିଲେ, ‘ଏହା ଭୋଟ ପାଇଁ ନିର୍ବାଚନ ନୁହେଁ ବରଂ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଏକ ସଂଗ୍ରାମ।’ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟଗୁଡିକ ‘ଫ୍ରିଜ’ ବିଷୟରେ ଉଲ୍ଲେଖ କରି ସେ କହିଛନ୍ତି, ‘ଯଦି ନ୍ୟାୟପୂର୍ଣ୍ଣ ଭାବେ ଭୋଟ ନ ଦେବେ, ତେବେ ମ୍ୟାଚ ଫିକ୍ସର୍‌ ଜିତିଯିବେ। ’ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁନାହାଁନ୍ତି। ନିର୍ବାଚନ ପୂର୍ବରୁ ସେ ଦୁଇ ମୁଖ୍ୟମନ୍ତ୍ରୀଙ୍କୁ ଜେଲକୁ ପଠାଇଥିଲେ। ସେମାନେ ଆମର ସମସ୍ତ ଖାତା ଫ୍ରିଜ କରିଛନ୍ତ। ନିର୍ବାଚନ ପୂର୍ବରୁ ଆପଣ ଏହା କାହିଁକି କଲେବୋଲି ସେ ପ୍ରଶ୍ନ କରିଛନ୍ତି। ଆପଣ ଏମିତି କରି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri