Posted inଜାତୀୟ

ଭଉଣୀଙ୍କୁ ଏମିତି ଉପଦେଶ ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ପରେ ଘଟଣାସ୍ଥଳକୁ ଯାଉଥିବା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ନଜରବନ୍ଦୀ କରାଯାଇଛି। ସୋମବାର କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପ୍ରିୟଙ୍କାଙ୍କୁ ଉପଦେଶ ଦେଇ କହିଛନ୍ତି,ସେମାନେ ତୁମ ସାହସକୁ ଭୟ କରୁଛନ୍ତି, କିନ୍ତୁ ତୁମେ ପଛକୁ ଫେରିବେ ନାହିଁ। ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି, ପ୍ରିୟଙ୍କା, ମୁଁ ଜାଣେ ତୁମେ ପଛଘୁଞ୍ଚା ଦେବ ନାହିଁ – ସେମାନେ ତୁମର ସାହସକୁ ଭୟ କରୁଛନ୍ତି। ନ୍ୟାୟ ପାଇଁ ଏହି ଅହିଂସା ସଂଗ୍ରାମରେ ଆମେ ଦେଶର ଅନ୍ନଦାତାଙ୍କୁ ଜିତାଇକି ରହିବା। ସେହିପରି କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି ଯେ, ପ୍ରିୟଙ୍କା ଗାନ୍ଧୀଙ୍କ ଗିରଫଦାରୀ ତଥା ଆନ୍ଦୋଳନ କୃଷକଙ୍କ ନ୍ୟାୟର ପ୍ରତିଧ୍ୱନୀକୁ ଆହୁରି ଦୃଢ କରିବ।
ସୂଚନାଯୋଗ୍ୟ, ଲକ୍ଷ୍ମୀପୁର ଖେରୀର ଟିକୋନିଆ ଅଞ୍ଚଳରେ ହୋଇଥିବା ହିଂସା ପରେ ୮ ଜଣଙ୍କର ମୃତ୍ୟୁ ଘଟିଥିଲା। ସୋମବାର ସକାଳେ ଘଟଣାସ୍ଥଳକୁ ଯାଉଥିବା ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ସୀତାପୁରରେ ଅଟକ ରଖାଯାଇଥିଲା। ପ୍ରିୟଙ୍କା ଏବଂ କଂଗ୍ରେସ ରାଜ୍ୟ ସଭା ସଦସ୍ୟ ଦୀପେନ୍ଦ୍ର ହୁଡାଙ୍କ ସମେତ କେତେକ ବରିଷ୍ଠ ନେତା ଲକ୍ଷ୍ମୀପୁର ଖେରୀ ଅଭିମୁଖେ ଯାଉଥିଲେ। ଏହି ସମୟ ମଧ୍ୟରେ ଅଖିଳେଶ ଯାଦବ, ଶିବପାଲ ଯାଦବ, ରାମ ଗୋପାଳ ଯାଦବ, ସଞ୍ଜୟ ସିଂଙ୍କ ସମେତ ସମସ୍ତ ନେତାଙ୍କୁ ଲକ୍ଷ୍ମପୁର ଯିବାକୁ ଜିଦ ଧରିଥିବାବେଳେ ପୋଲିସ ମଧ୍ୟ ସେମାନଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri