Posted inଜାତୀୟ

ଭଉଣୀଙ୍କୁ ଏମିତି ଉପଦେଶ ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ପରେ ଘଟଣାସ୍ଥଳକୁ ଯାଉଥିବା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ନଜରବନ୍ଦୀ କରାଯାଇଛି। ସୋମବାର କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପ୍ରିୟଙ୍କାଙ୍କୁ ଉପଦେଶ ଦେଇ କହିଛନ୍ତି,ସେମାନେ ତୁମ ସାହସକୁ ଭୟ କରୁଛନ୍ତି, କିନ୍ତୁ ତୁମେ ପଛକୁ ଫେରିବେ ନାହିଁ। ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି, ପ୍ରିୟଙ୍କା, ମୁଁ ଜାଣେ ତୁମେ ପଛଘୁଞ୍ଚା ଦେବ ନାହିଁ – ସେମାନେ ତୁମର ସାହସକୁ ଭୟ କରୁଛନ୍ତି। ନ୍ୟାୟ ପାଇଁ ଏହି ଅହିଂସା ସଂଗ୍ରାମରେ ଆମେ ଦେଶର ଅନ୍ନଦାତାଙ୍କୁ ଜିତାଇକି ରହିବା। ସେହିପରି କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି ଯେ, ପ୍ରିୟଙ୍କା ଗାନ୍ଧୀଙ୍କ ଗିରଫଦାରୀ ତଥା ଆନ୍ଦୋଳନ କୃଷକଙ୍କ ନ୍ୟାୟର ପ୍ରତିଧ୍ୱନୀକୁ ଆହୁରି ଦୃଢ କରିବ।
ସୂଚନାଯୋଗ୍ୟ, ଲକ୍ଷ୍ମୀପୁର ଖେରୀର ଟିକୋନିଆ ଅଞ୍ଚଳରେ ହୋଇଥିବା ହିଂସା ପରେ ୮ ଜଣଙ୍କର ମୃତ୍ୟୁ ଘଟିଥିଲା। ସୋମବାର ସକାଳେ ଘଟଣାସ୍ଥଳକୁ ଯାଉଥିବା ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ସୀତାପୁରରେ ଅଟକ ରଖାଯାଇଥିଲା। ପ୍ରିୟଙ୍କା ଏବଂ କଂଗ୍ରେସ ରାଜ୍ୟ ସଭା ସଦସ୍ୟ ଦୀପେନ୍ଦ୍ର ହୁଡାଙ୍କ ସମେତ କେତେକ ବରିଷ୍ଠ ନେତା ଲକ୍ଷ୍ମୀପୁର ଖେରୀ ଅଭିମୁଖେ ଯାଉଥିଲେ। ଏହି ସମୟ ମଧ୍ୟରେ ଅଖିଳେଶ ଯାଦବ, ଶିବପାଲ ଯାଦବ, ରାମ ଗୋପାଳ ଯାଦବ, ସଞ୍ଜୟ ସିଂଙ୍କ ସମେତ ସମସ୍ତ ନେତାଙ୍କୁ ଲକ୍ଷ୍ମପୁର ଯିବାକୁ ଜିଦ ଧରିଥିବାବେଳେ ପୋଲିସ ମଧ୍ୟ ସେମାନଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri