ଏମ୍‌ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍‌ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍‌ ନାପଥା କ୍ରାକର ପ୍ରକଳ୍ପ ସ୍ଥାପନ ପାଇଁ ହୋଇଥିବା ଚୁକ୍ତି ପୂର୍ବ ସରକାରଙ୍କ ସମୟରେ ଅନୁମୋଦିତ ହୋଇଥିଲା। ଏହାକୁ ପୁଣି ଥରେ କରି ମିଛ ବାହାବା ନେବା ପାଇଁ ରାଜ୍ୟ ସରକାର ଚେଷ୍ଟା କରୁଛନ୍ତି ବୋଲି ବିଜେଡି ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର ଅଭିଯୋଗ କରିଛନ୍ତି। ଶଙ୍ଖ ଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂତୃପ୍ତ କହିଛନ୍ତି, ରାଜ୍ୟବାସୀଙ୍କୁ ପ୍ରକୃତ ତଥ୍ୟ ନ ଦେଇ କେବଳ ପୂର୍ବ ପ୍ରକଳ୍ପଗୁଡିକର ନାମ ଓ ରଙ୍ଗ ପରିବର୍ତ୍ତନକରି ନିଜର ବୋଲି ଦାବି କରିବା ଭାଜପା ସରକାରଙ୍କ ଏକ ଅଭ୍ୟାସରେ ପରିଣତ ହୋଇଛି। ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀଠାରେ ସ୍ବାକ୍ଷରିତ ହୋଇଥିବା କିଛି ଚୁକ୍ତି ମଧ୍ୟରୁ ପାରାଦୀପ ସ୍ଥିତ ଇଣ୍ଡିଆନ ଅଏଲ ପ୍ରକଳ୍ପର ସମ୍ପ୍ରସାରଣ ଓ ନାପଥା କ୍ରାକର ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ କରାଯାଇଥିବା ଚୁକ୍ତି, ପୂର୍ବ ସରକାରଙ୍କ ଦ୍ୱାରା ଅନୁମୋଦିତ ହୋଇଥିଲେ ମଧ୍ୟ ଏହାକୁ ପୁନର୍ବାର କରାଯାଇ ମିଛ ବାହାଦୁରି ନେବାକୁ ଚେଷ୍ଟା କରାଯାଇଛି। ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଜାନୁଆରୀ ୧୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପାରାଦୀପରେ ଇଣ୍ଡିଆନ ଅଏଲ ପ୍ରକଳ୍ପର ସମ୍ପ୍ରସାରଣ ଓ ନାପଥା କ୍ରାକର ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଦାବି କରିଥିଲେ। ୨୦୧୯ ଏପ୍ରିଲରେ ଇଣ୍ଡିଆନ ଅଏଲ ତରଫରୁ ଏ ସମ୍ବନ୍ଧରେ ଦିଆଯାଇଥିବା ପ୍ରସ୍ତାବକୁ ତତ୍କାଳୀନ ଓଡ଼ିଶା ସରକାର ଅନୁମୋଦନ ଦେଇଥିଲେ। ଇଣ୍ଡିଆନ ଅଏଲ ତରଫରୁ ଦିଆଯାଇଥିବା ପ୍ରସ୍ତାବରେ ଏହାର ଉତ୍ପାଦନ କ୍ଷମତା ୧୫ ମିଲିଅନ ଟନ୍‌ରୁ ୨୫ ମିଲିଅନ ଟନ କରିବା ସହ ଏକ ନାପଥା କ୍ରାକର ପ୍ଲାଣ୍ଟ ସ୍ଥାପନ ପାଇଁ ୧ ଲକ୍ଷ ୩ ଶହ କୋଟି ଟଙ୍କା ବ୍ୟୟର ବ୍ୟବସ୍ଥା ରହିଥିଲା। ସେହିପରି ୨୦୨୩ରେ ତତ୍କାଳୀନ ଶିଳ୍ପ ସଚିବଙ୍କ ଦ୍ୱାରା ଇଣ୍ଡିଆନ ଅଏଲର ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ତରଫରୁ କ’ଣ ସବୁ ପ୍ରୋତ୍ସାହନ ପ୍ରଦାନ କରାଯିବ ତାହାର ବିସ୍ତୃତ ସୂଚନା ପ୍ରଦାନ କରାଯାଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri