ଧାନମଣ୍ଡି ଖୋଲିବା ଦାବିରେ ରାସ୍ତାରୋକୋ

କର୍ଲାମୁଣ୍ଡା,୧୧ା୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଗଜବାହାଲ ପଞ୍ଚାୟତରେ ଖରିଫ ଧାନମଣ୍ଡି ଖୋଲିବା ଦାବିରେ ଶୁକ୍ରବାର ରିଷିଡ଼ା-ମରାମପୁର-ବଲାଙ୍ଗୀର ରାସ୍ତାର ଗଜବାହାଲ ଛକଠାରେ ଚାଷୀମାନେ ରାସ୍ତାରୋକୋ କରିଛନ୍ତି। ଫଳରେ ଭବାନୀପାଟଣା-ବଲାଙ୍ଗୀରକୁ କୌଣସି ଯାନବାହନ ଯାଇ ନ ପାରି ଅଟକି ରହିଛି। ଧାରଣାସ୍ଥଳରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପବିତ୍ର ଭୋଇ, ପୂର୍ବତନ ସରପଞ୍ଚ ଭୀମସେନ ସାହୁ, ପ୍ରଫୁଲ ସାହୁ, ଅଶ୍ୱିନୀ ବେହେରା, ନୃପମଣି ଗହୀର, ସୁବଳ ପଧାନ, ରଶ୍ମୀରଞ୍ଜନ ମିଶ୍ର, ଜ୍ୟୋତିରଞ୍ଜନ ପଧାନ, ଅଖିଳ ମିଶ୍ର, ମୋତିରାମ ସାହୁ, ଦାମୋଦର ପଧାନ, ପୂର୍ବତନ ସମିତି ସଭ୍ୟ ବୀଣାପାଣି ସା, ଆମ ଆଦମୀ ପାର୍ଟି ନେତା ଦଶରଥ ସାହୁଙ୍କ ନେତୃତ୍ୱରେ ବହୁ ପୁରୁଷ ଓ ମହିଳା ଚାଷୀ ରାସ୍ତା ଉପରେ ବସି ଧାରଣା ଦେଇଛନ୍ତି। ତହସିଲଦାର ମିଳନ କୁମାର ଝାଙ୍କର ଧାରଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କଲେ ମଧ୍ୟ ସେମାନେ ମଣ୍ଡି ଦାବିରେ ଅଟଳ ଅଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ କ୍ଷୀରସିନ୍ଧୁ ମାଝିଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri