ଘରେ ପଶିଲେ, କିଛି କହିବା ପୂର୍ବରୁ ବେକ, କାନକୁ ହାଣି ପକାଇଲେ  

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ଅଭାବନୀୟ ଘଟଣା ଘଟିଛି। କଲୋନୀରେ ରହୁଥିବା କୁମାରୀ ସେଠୀ(୫୮) ଏବଂ ତାଙ୍କ ଦୁଇ ଅବିବାହିତ କନ୍ୟା ସବିତା ସେଠୀ(୩୨),ଝିଲି ସେଠୀ(୨୪)ଙ୍କୁ କିଛି ଦୁର୍ବୃତ୍ତ ବେକ ଓ କାନ କାଟି ହତ୍ୟା ଉଦ୍ୟମ କରିଛନ୍ତି।
ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସ୍ବର୍ଗତ ପାଣ ସେଠୀଙ୍କ ସ୍ତ୍ରୀ କୁମାରୀ ତାଙ୍କ ଦୁଇ ଝିଅ ସହ ରାତ୍ରି ଭୋଜନ ସାରି ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କ ଘରର କବାଟ ବାଡ଼ାଇ ଥିଲେ। କୁମାରୀ କବାଟ ଖୋଲିବା ପରେ ଜଣେ ଦୁର୍ବୃତ୍ତ ଘର ଭିତରେ ପଶି ଅତର୍କିତ ଭାବେ ଏକ ଧାରୁଆ ଛୁରିରେ ତାଙ୍କ ବେକକୁ କାଟି ଦେଇଥିଲେ। ଦୁଇ ଝିଅ ନିଦରୁ ଉଠି ମା’ କୁ ଉଦ୍ଧାର କରିବା ବେଳେ ସେ ଦୁହିଁଙ୍କ ବେକକୁ ମଧ୍ୟ ଛୁରିରେ କାଟି ବାଇକ ଯୋଗେ ଚମ୍ପଟ ମାରିଥିଲେ। ମା’ ଓ ଦୁଇ ଝିଅଙ୍କ କାନ୍ଦ ବୋବାଳି ଶୁଣି ପାଖ ପଡୋଶୀ  ଆସି ସେମାନଙ୍କୁ ଉଦ୍ଧାର କରିଥିଲେ। ଏନେଇ ସୂଚନା ପାଇବା ପରେ ଦିଗପହଣ୍ଡି ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଆହାତ ମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।
ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଝିଲିଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ରହସ୍ୟଜନକ ହତ୍ୟା ଉଦ୍ୟମ ଘଟଣାର କାରଣ ଜଣାପଡିନାହିଁ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗି ବ୍ଲକ ପଛ ପାହାଡ଼ରେ ଲାଗିଛି ନିଆଁ: ଲିଭାଇବା ପାଇଁ ଜଙ୍ଗଲ ବିଭାଗର ଜୋରଦାର କସରତ,ଏଯାଏ…

ପଟ୍ଟାଙ୍ଗି, ୧୦।୩ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟର ପଛ ଭାଗରେ ଥିବା ପାହାଡ଼ରେ ମଙ୍ଗଳବାର ସାରେ ଭୟାବହ ନିଆଁ ଲାଗିଥିବା ଦେଖିବାକୁ…

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ବିକୁଥିଲେ ଗୋ-ମାଂସ, ଗୁପ୍ତ ସୂଚନା ପାଇ ମାଡ଼ି ବସିଲା ପୋଲିସ

ଅତାବିରା, ୧୦ା୩ (ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟୋପ ଗ୍ରାମରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର ଗୋ-ମାଂସ ଜବତ କରିବା ସହ…

ସଫଳତାର ସହ ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଉଦଯାପିତ

ଭଞ୍ଜନଗର, ୧୦/୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରସିଦ୍ଧ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ଶିକ୍ଷଣ ସାମଗ୍ରୀ…

ଶିକ୍ଷକ ଅଭାବରୁ ଭୁଶୁଡ଼ିଛି ଶିକ୍ଷା ବ୍ୟବସ୍ଥା: ପରୀକ୍ଷା ବର୍ଜନ କରି ବିରିକୋଟ ବିଦ୍ୟାଳୟରେ ତାଲା ପକାଇଲେ ଶତାଧିକ ଅଭିଭାବକ

ଥୁଆମୂଳ ରାମପୁର, ୧୦ା୩ (ଦୁର୍ଗା କୀର୍ତ୍ତି): ସରକାରଙ୍କ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଏବେ କଳାହାଣ୍ଡି ଜିଲାରେ ପ୍ରହସନ ପାଲଟିଛି। ଶିକ୍ଷା ବ୍ୟବସ୍ଥାର ଚରମ ଅବହେଳାକୁ…

ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ…

ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା: ଗୁଣାତ୍ମକ ଶିକ୍ଷାଦାନର ଅଭିବୃଦ୍ଧି…                

ଦିଗପହଣ୍ଡି,୧୦। ୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କୁ ମଙ୍ଗଳବାର ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘ…

ବାଇକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଯୁବକଙ୍କୁ ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଖାନତଲାସି ପରେ…

ଦିଗପହଣ୍ଡି, ୧୦।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ସଫଳତା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri