ଫିଲ୍ମ ଷ୍ଟାଇଲ୍‌ରେ ଘର ଭିତରେ ପଶି ହାଣିଲେ, ଲୁଟି ନେଲେ ସୁନାଗହଣା-ଟଙ୍କା

ଭଦ୍ରକ, ୫।୧୨(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ବଡ଼ ନପଙ୍ଗ ଗାଁରେ ସଶସ୍ତ୍ର ଡକାୟତି ହୋଇଛି l ଗାଁର ମାଧବ ସେଠୀଙ୍କ ଘରେ ପଶି ଦୁର୍ବୁତ୍ତମାନେ ଭୁଜାଲି ଦେଖାଇ ଭୟଭୀତ କରିବା ସହିତ କୋଦାଳରେ ଆକ୍ରମଣ କରି ଡକାୟତି କରିଛନ୍ତି l ମାଧବ ଓ ତାଙ୍କ ମଝିଆ ପୁଅ ରମେଶ ସେଠୀଙ୍କୁ ଆକ୍ରମଣ କରି ଗୋଟେ ଘରେ ଭର୍ତ୍ତି କରିଦେଇଥିଲେ l ଏହି ଡକାୟତି ଦଳରେ ୮ ଜଣ ଥିଲା ବେଳେ ଘର ଭିରରେ ମାରଣାସ୍ତ୍ର ଧରି ପଶିଥିଲେ ୬ ଜଣ ମୁଖା ପିନ୍ଧା ଦୁର୍ବୁତ୍ତ l ଘର ବାହାରେ ବନ୍ଧୁକ ଓ ଭୁଜାଲି ଧରି ଜଗି ରହିଥିଲେ ୨ ଜଣ l ରାତି ପ୍ରାୟ ୧୨ଟା ପରେ ମାଧବଙ୍କ କୁକୁଡ଼ା ଭାଡି ଖୋଲି ଦେଇଥିଲେ l କୁକୁଡ଼ାଙ୍କ ଶବ୍ଦ ଶୁଣି ଘର ଲୋକ ବାହାରକୁ ଆସିଥିଲେ l ଏହି ସୁଯୋଗରେ ଘରେ ପ୍ରବେଶ କରି ଘରର ମହିଳା ଓ ଛୋଟ ପିଲାଙ୍କ ବେକରେ ଭୁଜାଲି ଲଗାଇ ଭୟଭୀତ କରି ଆଲମାରିରୁ ଲକ୍ଷ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ବାକ୍ସରେ ଥିବା କିଛି ଟଙ୍କା ଲୁଟି ନେଇ ଯାଇଥିଲେ।
ଖବର ପାଇ ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଥିଲା ବେଳେ ଗ୍ରାମଠାରୁ କିଛି ଦୂରରେ ସୁନା ଅଳଙ୍କାରର ଖାଲି ଖୋଳ ଓ କପଡା ଏବଂ ବ୍ୟାଗ ପଡ଼ିଛି l ଏହି ବଡ଼ ଧରଣର ଡକାୟତିଜୁ ନେଇ ଲୋକମାନେ ଅଧିକ ଭୟଭୀତ ହୋଇ ପଡିଛନ୍ତି l

 


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?