କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ ଆସିଥିବା ବରଯାତ୍ରୀଙ୍କ ଉପରେ ଗୁଳିମାଡ଼ ହୋଇଛି। ଏଥିରେ ୨ ବରଯାତ୍ରୀ ଆହତ ହୋଇଛନ୍ତି। ସେମାନେ ହେଲେ କିରାସିରା ଗ୍ରାମର ଶିବ ଭୋଇ ଓ ଦମଣ୍ଡା ଗ୍ରାମର ରାକେଶ କହଁର। ଗୁଳିମାଡ଼ର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ଏକ କାର୍‌ରେ ଆସି ଗୁଳି ଚଳାଇଥିବା ବୌଦ୍ଧ ସହର ଖଲିଆବଗିଚାର ଅରୁଣ ସ୍ବାଇଁଙ୍କୁ ବରଯାତ୍ରୀମାନେ ନିସ୍ତୁକ ମାଡ଼ ମାରିଛନ୍ତି। ଆହତ ୨ ବରଯାତ୍ରୀଙ୍କୁ ବୌଦ୍ଧ ମେଡିକାଲ ଓ ଆହତ ଅଭିଯୁକ୍ତଙ୍କୁ ଆଠମଲ୍ଲିକ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ସଂକ୍ରାନ୍ତରେ ଆଠମଲ୍ଲିକ ଥାନାରେ ନଂ. ୧୩୬/୨୬ରେ ଏକ ମାମଲା ରୁଜୁ ହୋଇଥିବା ବେଳେ ବ୍ୟବହୃତ ବନ୍ଧୁକ ସରକାରୀ ସ୍ବୀକୃତିପ୍ରାପ୍ତ ବୋଲି ଆଇଆଇସି ସନ୍ତୋଷ କୁମାର ସେଠୀ ସୂଚନା ଦେଇଛନ୍ତି।
ଅନୁଯାୟୀ, ବରଯାତ୍ରୀମାନେ ଶୋଭାଯାତ୍ରାରେ ଯାଉଥିବାବେଳେ ହଠାତ ଏକ କାର୍‌ରେ କେତେଜଣ ଯୁବକ ଆସି ବରଯାତ୍ରୀଙ୍କ ସହିତ କୌଣସି କାରଣରୁ ଗଣ୍ଡଗୋଳ କରିଥିଲେ। ବରଯାତ୍ରୀ ଶିବ ସମ୍ପୃକ୍ତ ଯୁବକମାନଙ୍କୁ ବାରଣ କରିବାରୁ କାର୍‌ରେ ଥିବା ଅଭିଯୁକ୍ତ ଅରୁଣ ବନ୍ଧୁକରୁ ଗୁଳିମାଡ଼ କରିଥିଲେ। ଏଥିରେ ଶିବଙ୍କ ପାପୁଲି ଓ ନିକଟରେ ଥିବା ରାକେଶଙ୍କ ଡାହଣ ଗୋଡ଼ରେ ଗୁଳି ବାଜିଥିଲା। ତୁରନ୍ତ ଉଭୟଙ୍କୁ ନିକଟସ୍ଥ ମାଧପୁର ମେଡିକାଲ ଓ ପରେ ଆଠମଲ୍ଲିକ ମେଡିକାଲକୁ ନିଆଯାଇଥିଲା। ବୁଧବାର ଉଭୟଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଗୁଳିମାଡ଼ କରିଥିବା ଅରୁଣଙ୍କୁ ବରଯାତ୍ରୀମାନେ ନିସ୍ତୁକ ମାଡ଼ ମାରିବା ସହ ଗଛରେ ବାନ୍ଧି ଦେଇଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଆଠମଲିକ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତ ରାକେଶଙ୍କ ଅଭିଯୋଗ ଆଧାରରେ ମାମଲାର ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri