Posted inଜାତୀୟ

ଡରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ

ଛଣ୍ଡିଗଡ଼,୧୪।୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ଅଡୁଆ ବଢିବାରେ ଲାଗିଛି। ଆୟ ବହିର୍ଭୁତ ସମ୍ପତ୍ତି ମାମଲାରେ ରାଜ୍ୟ ଭିଜିଲାନ୍ସ ଟିମ ଶୁକ୍ରବାର ତାଙ୍କୁ ହାଜର ହେବାକୁ କହିଛନ୍ତି। ଏବେ ଏହାକୁ ନେଇ ଚନ୍ନି ପ୍ରତିକ୍ରିୟା ଦେଇଛନ୍ତି। ଚନ୍ନି କହିଛନ୍ତି ଭିଜିଲାନ୍ସ ଟିମ ମୋତେ ୨୦ ତାରିଖରେ ଡାକିବାର ଥିଲା ହେଲେ ମୋତେ ଆଜି ବା ଶୁକ୍ରବାର ୧୪ ତାରିଖରେ ଡାକିଛନ୍ତି। ଯେଉଁଦିନ ସମସ୍ତ ଅଫିସ ବନ୍ଦ ରହିଛି। ମୋତେ ଚିନ୍ତାରେ ପକାଇବାକୁ ବିଶେଷ ଭାବେ ୧୪ ତାରିଖରେ ପଞ୍ଜାବ ସରକାର ଅଫିସ ଖୋଲା ରଖିଛନ୍ତି। ମୁଁ ସେଠାକୁ ଏକେଲା ଯିବି, ଆପଣ ଚାହିଁଲେ ମୋତେ ସେଠାରେ ବସାଇ ମାଡ ମାରିପାରନ୍ତି, ସେମାନେ ମୋତେ ଗୋଟିଏ ଦିନ ଜୀବନରୁ ମାରିଦେବେ ବୋଲି ଚନ୍ନି କହିଛନ୍ତି।
ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଭଗଓ୍ବନ୍ତ ମାନ ସରକାରଙ୍କ ଉପରେ ଅଭିଯୋଗ ଆଣି କହିଛନ୍ତି କି ସେ ପ୍ରେସ କନଫରେନ୍ସରେ ସତ କହିବାରୁ ସରକାର ହଡବଡେଇ ଯାଇଛନ୍ତି ଓ ଶୁକ୍ରବାର ତାଙ୍କୁ ଭିଜିଲାନ୍ସ ଟିମ ଡାକି ଦେଇଛନ୍ତି। ସେ ସରକାରଙ୍କ ଅତ୍ୟାଚାର ସହିବାକୁ ପ୍ରସ୍ତୁତ। ଚନ୍ନି କହିଛନ୍ତି ପଞ୍ଜାବ ସରକାର ଏକ ନୂଆ କଲଚର ତିଆରି କରିଛନ୍ତି। ପୁରୁଣା ପତ୍ନୀ ଛାଡ ନୂଆ ଆଣ। ଗରିବର ପୁଅ ୩ ମାସ ପର୍ଯ୍ୟନ୍ତ କେମିତି ମୁଖ୍ୟମନ୍ତ୍ରୀ ହେଲେ ଏହା ସେମାନେ ବରଦାସ୍ତ କରିପାରୁ ନାହାନ୍ତି। ଚନ୍ନି କହିଛନ୍ତି, ତାଙ୍କ ସମ୍ପର୍କୀୟଙ୍କୁ କୁହାଯାଉଛି କି ଆମ ଆଦେମୀ ପାର୍ଟିରେ ଯୋଗ ଦିଅନ୍ତୁ, ମୋତେ ସବୁଦିନ ନୋଟିସ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?