ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ କ୍ରେଡିଟ ହୋଇଛି। ସେପଟେ ସୁଭଦ୍ରା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଆବେଦନ କଲେଣି ୭୫ ଲକ୍ଷରୁ ଅଧିକ ମହିଳା। ତେବେ ୧୭ ସୁଦ୍ଧା ୨ହଜାର ମହିଳା ସୁଭଦ୍ରା ପାଇଁ ଅଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି। ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି ନାଁ କଟିଯିବ। ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରିବେ ନାହିଁ ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ ବା ସେମାନଙ୍କର ନାଁ କାଟି ଦିଆଯିବ ।

ଯେଉଁମାନଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇ ନାହିଁ ସେମାନଙ୍କ ପାଇଁ ବଡ ଖବର । ଉପୁମଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ବଡ ସୂଚନା ଦେଇଛନ୍ତି । ଯେଉଁମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଇ ନାହିଁ ସେମାନେ ବ୍ୟସ୍ତ ନ ହେବା ପାଇଁ କହିଛନ୍ତି ପ୍ରଭାତୀ ପରିଡା । ସମସ୍ତଙ୍କ ଆକାଉଣ୍ଟକୁ ପର୍ଯ୍ୟାୟକ୍ରମେ ଯିବ ଟଙ୍କା । ଏଥିପାଇଁ ଆଦେ ବ୍ୟସ୍ତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଡିସେମ୍ବର ମାସରେ ଆବେଦନ କଲେବି ପ୍ରଥମ କିସ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ମହିଳା। ରକ୍ଷା ବନ୍ଧନ ପାଇଁ ପ୍ରଥମ କିସ୍ତି ଅର୍ଥ ୧୭ଠୁ ଆରମ୍ଭ ହୋଇଥିବାବେଳେ ଯେଉଁ ମାନେ ବି ଆବେଦନ କରିଛନ୍ତି ଯୋଗ୍ୟ ମହିଳାଙ୍କୁ ପର୍ଯ୍ୟାୟ କ୍ରମେ ଟଙ୍କା ପହଞ୍ଚିବ। ତେବେ ଅନେକ ଅଯୋଗ୍ୟ ମହିଳା ବି ସୁଭଦ୍ରା ଟଙ୍କା ପାଇବା ପାଇଁ ଆବେଦନ କରିଛନ୍ତି । କିନ୍ତୁ ସରକାରଙ୍କ ଗାଇଡଲାଇନ ଅନୁଯାୟୀ ର୍ନିଦ୍ଧିଷ୍ଟ ବର୍ଗର ମହିଳା ହିଁ ସୁଭଦ୍ରା ଟଙ୍କା ପାଇବେ । ଅଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ନାହିଁ ।

ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ । ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତା’ଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ଏମପି କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଯେ କୌଣସି ସହରାଞ୍ଚଳ ଶ୍ୱାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ) ତେବେ ସେମାନେ ଏଥିରେ ସାମିଲ ହୋଇପାରିବେ ନାହିଁ । ନାଁ କଟିଯିବ ।

ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?