‘ସେମାନେ ରୁଷୀୟଙ୍କୁ ଘୃଣା କରନ୍ତି’

ମସ୍କୋ, ୧ା୬: ରୁଷିଆରୁ ତୈଳ ଆମଦାନୀ ବ୍ୟାନ୍‌ କରିବା ନେଇ ଇୟୁର ସଦ୍ୟ ନିଷ୍ପତ୍ତି ପରେ ମସ୍କୋ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ରୁଷୀୟ ନାଗରିକଙ୍କ ପାଇଁ ଘୃଣା ମନୋଭାବ ରଖି ଏପରି କରାଯାଉଛି। ସାଧାରଣ ଲୋକେ ଏହା ଦ୍ୱାରା ପ୍ରଭାବିତ ହେବେ ବୋଲି ରୁଷିଆ ସୁରକ୍ଷା ପରିଷଦର ଡେପୁଟି ମୁଖ୍ୟ ଡିମିଟ୍ରି ମେଡ୍‌ଭେଦେଭ୍‌ କହିଛନ୍ତି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମେଡ୍‌ଭେଦେଭ୍‌ ମଙ୍ଗଳବାର ଟେଲିଗ୍ରାମ୍‌ରେ ଏକ ପୋଷ୍ଟ୍‌ରେ ଲେଖିଛନ୍ତି, କଟକଣା ରୁଷୀୟ ରାଜନେତା କିମ୍ବା ବଡ଼ ବ୍ୟବସାୟୀଙ୍କୁ ପ୍ରଭାବିତ କରିବ ନାହିଁ। କିନ୍ତୁ ସାଧାରଣ ନାଗରିକ ଏହା ଦ୍ୱାରା ପ୍ରଭାବିତ ହେବେ। ତୈଳ ଉପରେ କଟକଣା ଯୋଗୁ ରୁଷିଆ ସରକାର ବାଧ୍ୟ ହୋଇ ଖର୍ଚ୍ଚ ବଜେଟ କମ୍‌ କରିବେ। ସେମାନେ ସବୁ ରୁଷୀୟ ନାଗରିକଙ୍କୁ ଘୃଣା କରନ୍ତି। ଏହି ଆଧାରରେ କଟକଣା ଲଗାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri