ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର ନଗ୍ନଚିତ୍ରକୁ ପଦାରେ ପକାଇଛି। ଜଣେ ଜୀବିତ ବୃଦ୍ଧାଙ୍କୁ କାଗଜପତ୍ରରେ ମୃତ ସଜାଇ ଦୀର୍ଘ ୪ ବର୍ଷ ହେଲା ତାଙ୍କ ମୁହଁରୁ ଦାନା ଛଡ଼ାଇ ନିଆଯାଇଥିବା ବେଳେ ପ୍ରଶାସନ ଚୁପ୍‌ ବସିଛି।

ଅଭିଯୋଗ ଅନୁଯାୟୀ, ଗ୍ରାମର ସାବିତ୍ରୀ ନାୟକଙ୍କୁ ପାଖାପାଖି ୮୦ ବର୍ଷ ହୋଇଥିଲେ ସୁଦ୍ଧା ସରକାରୀ ସହାୟତା କହିଲେ ଶୂନ। ଭତ୍ତା କଥା ଛାଡ଼ନ୍ତୁ। ତାଙ୍କୁ ଆଜି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଖଣ୍ଡେ ଘର ମଧ୍ୟ ମିଳିପାରିଲା ନାହିଁ। ଏହି ବୟସରେ ସେ ନିଜକୁ ଜୀବିତ ବୋଲି ପ୍ରମାଣ କରିବାକୁ ସଂଘର୍ଷ କରୁଥିବା ବେଳେ ତାଙ୍କ ସ୍ବାମୀ ପ୍ରସାଦ ନାୟକଙ୍କୁ ମଧ୍ୟ ଗତ ୪ ମାସ ହେଲା ଭତ୍ତା ମିଳୁନାହିଁ। ଏଭଳି ସ୍ଥିତିରେ ପ୍ରଶ୍ନ ଉଠୁଛି, ଗରିବ ହିତାଧିକାରୀଙ୍କ ପାଇଁ ଉଦ୍ଦିଷ୍ଟ ଟଙ୍କା କୁଆଡ଼େ ଯାଉଛି? ଲୋକେ ଭୋଟ ଦେଇ ଜନପ୍ରତିନିଧି ବାଛିଛନ୍ତି ସେମାନଙ୍କ ସୁଖଦୁଃଖ ବୁଝିବା ପାଇଁ। କିନ୍ତୁ ଜଣେ ଅସହାୟ ବୃଦ୍ଧାଙ୍କୁ ତାଙ୍କର ହକ୍‌ ଭତ୍ତା ଓ ଘର ଖଣ୍ଡେ କରାଇ ଦେବାରେ ଏହି ନେତାମାନେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଏଠାରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ କରୁଛନ୍ତି କ’ଣ ବୋଲି ସାଧାରଣରେ ପ୍ରଶ୍ନ ଉଠୁଛି? ଜୀବିତ ହିତାଧିକାରୀଙ୍କୁ ମୃତ ଘୋଷଣା କରିବା ପଛରେ କୌଣସି ବଡ଼ ଘୋଟାଲା ରହିଥିବା ଅନୁମାନ କରାଯାଉଛି।

ଏ ସମ୍ପର୍କରେ ଅଡ୍ରି ପଞ୍ଚାୟତର ପିଇଓ କୀର୍ତ୍ତି ଚନ୍ଦ୍ର ମାଝୀଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ମୁଁ ପୂର୍ବରୁ ଏହି ପଞ୍ଚାୟତ ଦାୟିତ୍ୱରେ ନ ଥିଲି, କାହିଁକି ଏଭଳି ହୋଇଛି ମୁଁ ଦେଖୁଛି। ବ୍ଲକରୁ ମଧ୍ୟ ଏନେଇ ସୂଚନା ମିଳିଛି ଏବଂ ମୁଁ ବୃଦ୍ଧାଙ୍କ ସମସ୍ତ ତଥ୍ୟ ବିଏସ୍‌ଏସ୍‌ଓ କାର୍ଯ୍ୟାଳୟରେ ଦେଇ ସାରିଛି।

ସେହିପରି ବିଡିଓ ଧ୍ରୁବ ଚରଣ ମୁଦୁଲି ମଧ୍ୟ ଘଟଣାର ତଦନ୍ତ କରି ବୁଝୁଛନ୍ତି ବୋଲି ପ୍ରତିକ୍ରିୟା ଦେଇଛନ୍ତି। ବୃଦ୍ଧା ସାବିତ୍ରୀ ପୂର୍ବରୁ ୫୦୦ ଟଙ୍କା ଭତ୍ତା ପାଉଥିଲେ, କିନ୍ତୁ ୪ ବର୍ଷ ହେଲା ସେଥିରୁ ବଞ୍ଚିତ ଅଛନ୍ତି। ଏବେ ୪ ବର୍ଷର ସମସ୍ତ ବକେୟା ଟଙ୍କା ସହ ବର୍ଦ୍ଧିତ ଭତ୍ତା ପ୍ରଦାନ କରିବାକୁ ସାଧାରଣରେ ଦାବି ହେଉଛି। ଜିଲା ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ସାବିତ୍ରୀଙ୍କୁ ନ୍ୟାୟ ନ ଦେଲେ ଆଗାମୀ ଦିନରେ ଅଞ୍ଚଳବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri