ଧାନ ଗଦାକଲେ, ପଖାଳ ଖାଇଲେ: ଚାଷୀଙ୍କ ଅଭିନବ ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ବିଭାଗୀୟ ଅଧିକାରୀଙ୍କଠାରେ ଆବଶ୍ୟକ କାଗଜାତ ଦାଖଲ ସତ୍ତ୍ୱେ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଗତ ଖରିଫ୍‌ରେ ଅମଳ ଧାନବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି। ଫଳରେ ସେମାନଙ୍କ ଧାନ ଏପର୍ଯ୍ୟନ୍ତ ବିକ୍ରି ହୋଇ ନ ପାରି ବିଭିନ୍ନ ମଣ୍ଡି, ଖଳାରେ ଖୋଲା ଆକାଶତଳେ ପଡ଼ି ରହିଛି। ଧାନବିକ୍ରିରେ ଏଭଳି ଅବ୍ୟବସ୍ଥାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହି କ୍ରମରେ ସୋମବାର ଅତାବିରା ନିୟନ୍ତ୍ରିତ ବଜାର କମିଟି(ଆରଏମସି) ଅଧୀନ ଭେଡ଼େନ ବ୍ଲକ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଚାଷୀମାନେ ପୁଣି ବାଇକ୍‌ ଯୋଗେ ଧାନ ଆଣି ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଗଦା କରିଛନ୍ତି। ଏହା ସହିତ ପଖାଳ ଖାଇ ସେଠାରେ ସେମାନେ ଧାରଣାରେ ବସିଛନ୍ତି। ଖବର ଲେଖା ହେବା ସୁଦ୍ଧା(ସନ୍ଧ୍ୟା ୬ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ) ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଷୀଙ୍କ ଧାରଣା ଜାରି ରହିଛି।
ସୂଚନା ଅନୁଯାୟୀ, ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତବର୍ଷ ଅଗଷ୍ଟ ମାସରେ ଚାଷୀ ପଞ୍ଜୀକରଣ ଚାଲିଥିଲା। ସେତେବେଳେ ଚାଷୀମାନେ ବିଭାଗୀୟ କାର୍ଯ୍ୟାଳୟରେ ଆବଶ୍ୟକ କାଗଜାତ୍‌ ପ୍ରଦାନ କରି ପଞ୍ଜୀକରଣ ପାଇଁ ଆବେଦନ କରିଥିଲେ। ମାତ୍ର ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଧାନବିକ୍ରି ପାଇଁ ପଞ୍ଜୀକୃତ ହୋଇ ପାରି ନାହାନ୍ତି ଏବଂ ଧାନବିକ୍ରିରୁ ବଞ୍ଚତ୍ତ ଅଛନ୍ତି। ଜିଲାପାଳଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ବିଧାୟକ, ଏମ୍‌ପି ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମସ୍ୟା ନେଇ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କିଛି ସୁଫଳ ମିଳି ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
ଏଭଳି ସମସ୍ୟାରେ ଛନ୍ଦି ହୋଇ ପଡ଼ିଥିବା ଭେଡ଼େନ ବ୍ଲକ ଅନ୍ତର୍ଗତ ବହଲପାଲି, ତାଲମେଣ୍ଡା, ଦେକୁଲବା, ପାତରପାଲି, ଦେହେରୀପାଲି, ସାନ ପିପିଲିପାଲି, ଖଗସିପାଲି ଆଦି ଗ୍ରାମର ଚାଷୀଙ୍କ ପ୍ରାୟ ୨୫ହଜାର ପ୍ୟାକେଟ୍‌ ଧାନ ସହରାଟିକ୍ରା ମଣ୍ଡିରେ ବିକ୍ରି ଅପେକ୍ଷାରେ ପଡ଼ି ରହିଛି। ଧାନ ଉଠାଣ ପାଇଁ ବାରମ୍ବାର ଦାବି ସତ୍ତ୍ୱେ ପ୍ରଶାସନିକ ତପତ୍ରତା ପ୍ରକାଶ ନ ପାଇବା ପ୍ରତିବାଦରେ ଗତ ୫ତାରିଖ ଉପରୋକ୍ତ ଗ୍ରାମର ଚାଷୀମାନେ ବାଇକ୍‌ ଯୋଗେ ୧୫ ପ୍ୟାକେଟ୍‌ ଧାନ ଆଣି ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଦା କରି ଧାରଣାରେ ବସିବା ସହିତ ସନ୍ଧ୍ୟାରେ ଘରକୁ ଫେରିଥିଲେ। ମାତ୍ର ରାତାରାତି ସେହି ଧାନ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଗାଏବ୍‌ ହୋଇଯିବାରୁ ଗତ ୬ତାରିଖ ଧାନ ଚୋରି ଅଭିଯୋଗ ନେଇ ଚାଷୀମାନେ ବରଗଡ଼ ଟାଉନ ଥାନାରେ ଏତଲା ଦେଇଥିଲେ।
ତେବେ ସେହି ଧାନର ଥଳକୂଳ ଏପର୍ଯ୍ୟନ୍ତ ମିଳି ନ ଥିବାବେଳେ ସୋମବାର ପୁଣି ଚାଷୀମାନେ ବାଇକ୍‌ ଯୋଗେ ଧାନ ଆଣି ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଦା କରିବା ସହିତ ଧାରଣାରେ ବସିଛନ୍ତି। ଧାରଣାସ୍ଥଳକୁ ସହକାରୀ ସମବାୟ ନିବନ୍ଧକ(ଏଆରସିଏସ୍‌) ରାଧେ ମେହେର, ଜିଲା ଯୋଗାଣ ଅଧିକାରୀ(ସିଏସଓ) ଦିବ୍ୟସିଂ ବଡ଼ମାଳି, ସହକାରୀ ଯୋଗାଣ ଅଧିକାରୀ ବ୍ୟୋମକେଶ ମାଝି, ଅତିରିକ୍ତ ଉପଜିଲାପାଳ ମଦନଲାଲ ପଣ୍ଡା ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ଉକ୍ତ ସମସ୍ୟାର ସମାଧାନ ପାଇଁ ୨ଦିନ ସମୟ ଲୋଡ଼ିଥିଲେ। ମାତ୍ର ଚାଷୀମାନେ ଧାନବିକ୍ରି ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ରୋକଠୋକ୍‌ ଶୁଣାଇ ଦେଇଥିଲେ। ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ରବିଶଙ୍କର ପ୍ରଧାନ, ନିରଞ୍ଜନ ପ୍ରଧାନ, ଯୋଗେଶ ପ୍ରଧାନ, ସୁରେଶ ନିକାଣ୍ଟିଙ୍କ ସମେତ ଅନେକ ଚାଷୀ ଧାରଣାରେ ସାମିଲ ଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?