ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍‌ରେଜ୍‌ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା।

ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଗ୍ରାମର ଡାକ୍ତର ସଞ୍ଜୀବ ଘଣାଙ୍କ ଘରେ। ୫ଜଣ ସଶସ୍ତ୍ର ଦୁର୍ବୃତ୍ତଙ୍କ ମଧ୍ୟରୁ ୪ଜଣ ମୁଖା ପିନ୍ଧିଥିବା ବେଳେ ଜଣେ ହେଲମେଟ୍‌ ପିନ୍ଧି ଘର ଭିତରେ ପଶିଥିଲେ। ଜଣେ ଛୋଟାଇ ଛୋଟାଇ ଆସୁଥିବା ବ୍ୟକ୍ତିଙ୍କୁ ଧରି ଘର ଭିତରକୁ ଆସି ପ୍ରଥମେ ରୋଷେୟାଙ୍କୁ ଦୁର୍ଘଟଣା ହୋଇଛି ପାଣି ଟିକିଏ ଦିଅ ବୋଲି କହିବା ପରେ ରୋଷେୟା ପାଣି ଦେଉଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଉପର ମହଲାକୁ ଯାଇ ସଞ୍ଜୀବଙ୍କ ପୁଅଙ୍କ ବେକରେ ଛୁରି ଓ ବନ୍ଧୁକ ଲଗାଇ ଘର ଭିତରେ ପଶି ଗଡ୍‌ରେଜର ଲକର ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ସଞ୍ଜୀବଙ୍କ ମା’ ଝରଣା ଘଣା ଶନିବାର କେନ୍ଦୁଝର ଗହଣା ଦୋକାନରୁ ଆସି ଥିବା ବେଳେ ତାଙ୍କୁ ପିଛା କରି ଏଭଳି ଲୁଟ୍‌ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପକ୍ଷରୁ ଥାନା ଅଧକାରୀ ଦୀପ୍ତିରଞ୍ଜନ ସାହୁ, ଚମ୍ପୁଆ ଏସ୍‌ଡିପିଓ ରଶ୍ମୀରଞ୍ଜନ ସାହୁ ଶନିବାର ରାତିରୁ ରବିବାର ଅପରାହ୍ନ ପର୍ଯ୍ୟନ୍ତ ସାଇଣ୍ଟିଫିକ୍‌ ଟିମ୍‌ ଡକାଇ ତଦନ୍ତ କରୁଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

‘କେରଳକୁ ନେଇ କିଛି କହିଲେ ନାହିଁ ଅର୍ଥମନ୍ତ୍ରୀ’, କାହିଁକି ନିର୍ମଳାଙ୍କୁ ଏମିତି କହିଲେ ଶଶି ଥରୁର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧।୨: ଶଶି ଥରୁର, ବଜେଟ 2026 ଉପରେ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ କହିଥିଲେ ଯେ ବହୁତ କମ ବିବରଣୀ ଉପଲବ୍ଧ ଥିଲା। ସେ କହିଥିଲେ ଯେ ୩-୪ଟି…

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri