ଚକ୍‌ଲେଟ୍‌ ଦେଇ ନାବାଳିକାଙ୍କକୁ କରିଥିଲେ ବଳାତ୍କାର, ପରେ….

ଯାଜପୁର ଟାଉନ,୧୪।୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଭିଜିତ୍‌ ପଲାଇ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିବା ସହ ୩ ଲକ୍ଷ ୪୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟରେ ୩୧ ମାସ ଜେଲ୍‌ ଦଣ୍ଡାଦେଶ ଭୋଗିବାକୁ ରାୟରେ ପ୍ରକାଶ କରିଛନ୍ତି। ଏଥିସହିତ ୭ଲକ୍ଷ ଟଙ୍କା ପୀଡିତାକୁ ସହାୟତା ପ୍ରଦାନ ପାଇଁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, କୁଆଖିଆ ଥାନା ଅଞ୍ଚଳର ସମ୍ପୃକ୍ତ ୮ମ ଶ୍ରେଣୀର ଛାତ୍ରୀ ୨୦୨୨ ଜୁଲାଇ ୧୨ରେ ସ୍କୁଲକୁ ଯାଇ ଆଉ ଫେରି ନ ଥିଲେ। ଘର ଲୋକେ ଝିଅକୁ ଖୋଜାଖୋଜି କରି ନିରାଶ ହେବାପରେ ୧୩ ତାରିଖରେ ଥାନାରେ ନିଖୋଜ ଏତଲା ଦାଏର କରିଥିଲେ। ଥାନା ଅଧିକାରୀ ଏକ ମାମଲା ନଂ.୨୨୯/୨୨ରୁଜୁ କରି ତଦନ୍ତ ଜାରି ରଖିଥିଲେ। ୨୫ା୦୭ା୨୦୨୨ରେ ପୋଲିସ ଭୁବନେଶ୍ୱର ରେଳ ଷ୍ଟେଶନ୍‌ରୁ କୁଆଖିଆ ଥାନା ଭୋଟକା ଗ୍ରାମର ଦେବାଶିଷ ବେହେରାଙ୍କ ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ପରେ ଅଭିଯୁକ୍ତ ଦେବାଶିଷଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ନାବାଳିକା ସ୍କୁଲରୁ ଫେରୁଥିବା ସମୟରେ ଅଭିଯୁକ୍ତ ତାଙ୍କୁ ଚକ୍‌ଲେଟ୍‌ ଦେଇ ଗୋକର୍ଣ୍ଣେଶ୍ୱର ମନ୍ଦିରକୁ ନେଇଯାଇଥିଲେ। ସେଠାରୁ ତାଙ୍କୁ ତାମିଲନାଡୁ ନେଇଯାଇ ଜଣେ ସାଙ୍ଗ ଘରେ ରଖି ବଳାତ୍କାର କରିଥିବା ନାବାଳିକା ପୋଲିସ ଆଗରେ ପ୍ରକାଶ କରିଥିଲେ। ସେହି ଆଧରରେ ପୋଲିସ ତଦନ୍ତ କରିଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସ୍ପେଶାଲ ପବ୍ଲିକ୍‌ ପ୍ରସିକ୍ୟୁଟର ରାଜୀବ ମହାନ୍ତି ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri