୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ନେଇଗଲେ

କେନ୍ଦୁଝର,୨୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ନୟାକୋଟ ଥାନା ଫୁଲଝର ସ୍ବପ୍ନେଶ୍ୱର ପେଟ୍ରୋଲ ପମ୍ପରେ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତ ୫ ରାଉଣ୍ଡ ଗୁଳି ଫୁଟାଇ ୫ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏନେଇ ପେଟ୍ରୋଲ ପମ୍ପ ମାଲିକ କ୍ଷେତ୍ରମୋହନ ମହାନ୍ତ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ ୪ ଜଣ ବନ୍ଧୁକଧାରୀ ଦୁର୍ବୃତ୍ତ ଫୁଲଝର ପେଟ୍ରୋଲ ପମ୍ପରେ ପହଞ୍ଚତ୍ଥିଲେ। କର୍ମଚାରୀଙ୍କୁ ପ୍ରଥମେ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ପରେ ୫ରାଉଣ୍ଡ ଗୁଳି ଫୁଟାଇ ଏହାର ଆଇରନଚେଷ୍ଟରୁ ୫ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଆଇରନ ଚେଷ୍ଟ ସହ ସିସିଟିଭି ଲୁଟିନେଇଥିଲେ। ଗୁରୁବାର ସଦର ଏସ୍‌ଡିପିଓ ଓ ଫୋରେନ୍‌ସିକ ଏକ୍ସପର୍ଟ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ୨ଟି ଫୁଟା ଓ ୩ଟି ଅଫୁଟା ଗୁଳି ଜବତ କରିଥିବା ବେଳେ ପମ୍ପ ନିକଟସ୍ଥ ପଡ଼ିଆରୁ ଲକର ଓ ସିସିଟିଭିକୁ ମଧ୍ୟ ଉଦ୍ଧାର କରିଛି। ଏନେଇ ଥାନାରେ ଏକ ମାମଲା (ନଂ.୯୫/୨୩) ରୁଜୁ ହୋଇଛି। ଦୁର୍ବୃତ୍ତଙ୍କୁ ଖୋଜିବା ପାଇଁ ଉଦ୍ୟମ ଚାଲିଛି। ତଦନ୍ତ ପରେ ଲୁଟ୍‌ ଘଟଣାର ଅଧିକ ତଥ୍ୟ ପ୍ରଦାନ କରାଯିବ ବୋଲି ଥାନା ଅଧିକାରୀ ଦେବକୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri