ଦୋକାନ ଆଗରୁ ବାଇକ୍‌ ଚୋରିକରି ଛାଡ଼ିଥିଲେ ଗାଁ, ଫେରିବା ଜାଣି…

ଦିଗପହଣ୍ଡି,୧୫୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଏଏସଆଇ ସି. ତାରକେଶ୍ୱର ରାଓ ଲାଲମେଣ୍ଟା ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଭଗବାନ ପ୍ରଧାନଙ୍କୁ ବାଇକ ଚୋରି ମାମଲାରେ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା କେସ ନଂ.୧୨୯/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୨୦୨୪ ମାର୍ଚ୍ଚ ୩୦ ତାରିଖ ରାତି ରେ ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଗ୍ରାମର ବିଶକେଶନ ବେହେରାଙ୍କ ଦୋକାନ ସମ୍ମୁଖରେ ଥିବା ଟିଭିଏସ ବାଇକ (ନଂ. ଓଡ଼ି୦୭ ଏଇ -୮୬୬୩)କୁ କେହି ଦୁର୍ବୃତ୍ତ ଚୋରି କରି ନେଇଥିଲେ। ବିଶକେଶନ ଏନେଇ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମକଦ୍ଦମା ରୁଜୁ କରିଥିଲେ। ଚୋରି ବାଇକକୁ ପୋଲିସ ଉଦ୍ଧାର କରିଥିବା ବେଳେ ଅଭିଯୁକ୍ତ ଗିରଫ ଭୟରେ ଗାଁରୁ ଫେରାର ଥିଲେ। ସେ ଗାଁ କୁ ଫେରିଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ଏଏସଆଇ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଅଭିଯୁକ୍ତ ଜଣକ ନାଁ ରେ କେ.ନୂଆଗାଁ ଥାନା ଏବଂ ଜରଡ଼ା ଥାନାରେ ଏକାଧିକ ଚୋରି ମାମଲା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri