ଦୋକାନ ଆଗରୁ ବାଇକ୍‌ ଚୋରିକରି ଛାଡ଼ିଥିଲେ ଗାଁ, ଫେରିବା ଜାଣି…

ଦିଗପହଣ୍ଡି,୧୫୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଏଏସଆଇ ସି. ତାରକେଶ୍ୱର ରାଓ ଲାଲମେଣ୍ଟା ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଭଗବାନ ପ୍ରଧାନଙ୍କୁ ବାଇକ ଚୋରି ମାମଲାରେ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା କେସ ନଂ.୧୨୯/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୨୦୨୪ ମାର୍ଚ୍ଚ ୩୦ ତାରିଖ ରାତି ରେ ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଗ୍ରାମର ବିଶକେଶନ ବେହେରାଙ୍କ ଦୋକାନ ସମ୍ମୁଖରେ ଥିବା ଟିଭିଏସ ବାଇକ (ନଂ. ଓଡ଼ି୦୭ ଏଇ -୮୬୬୩)କୁ କେହି ଦୁର୍ବୃତ୍ତ ଚୋରି କରି ନେଇଥିଲେ। ବିଶକେଶନ ଏନେଇ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମକଦ୍ଦମା ରୁଜୁ କରିଥିଲେ। ଚୋରି ବାଇକକୁ ପୋଲିସ ଉଦ୍ଧାର କରିଥିବା ବେଳେ ଅଭିଯୁକ୍ତ ଗିରଫ ଭୟରେ ଗାଁରୁ ଫେରାର ଥିଲେ। ସେ ଗାଁ କୁ ଫେରିଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ଏଏସଆଇ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଅଭିଯୁକ୍ତ ଜଣକ ନାଁ ରେ କେ.ନୂଆଗାଁ ଥାନା ଏବଂ ଜରଡ଼ା ଥାନାରେ ଏକାଧିକ ଚୋରି ମାମଲା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri