୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା କମିଟିର କାର୍ଯ୍ୟକର୍ତ୍ତାମାନେ କୋରାପୁଟ ବିଧାୟକ ରଘୁରାମ ମାଛଙ୍କ ଉପସ୍ଥିତିରେ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। କୋରାପୁଟ ଜିଲାର ୧୪ ଟି ବ୍ଲକରେ ନାମ ସଂକୀର୍ତ୍ତନ ଦ୍ଭାଗବତ ସତସଂଘ ସଭାଗୃହ ନିର୍ମାଣ, ଜିଲା କାର୍ଯ୍ୟାଳୟ ନିର୍ମାଣ,ମୁଖ୍ୟମନ୍ତ୍ରୀ କଳାକାର ଭତ୍ତା ପ୍ରଦାନ ଓ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି, ଜିଲାରେ କାର୍ଯ୍ୟ କରୁଥିବା ୯୦୦ ରୁ ଅଧିକ ସଂକୀର୍ତ୍ତନ ମଣ୍ଡଳୀର ଟୁଙ୍ଗୀ ନିମନ୍ତେ ଭୋଗ ମଣ୍ଡପ ନିର୍ମାଣ ଓ ସଂକୀର୍ତ୍ତନ ମଣ୍ଡଳୀର ସଦସ୍ୟ ସଦସ୍ୟାଙ୍କୁ ବିଭାଗୀୟ ଅଧିକାରୀଙ୍କ ଦସ୍ତଖତ ଥାଇ ପରିଚୟ ପତ୍ର ପ୍ରଦାନ ଆଦି ପ୍ରମୁଖ ଦାବି ରହିଥିବା ସଂଘ ତରଫରୁ କୁହାଯାଇଛି । ଦାବିପତ୍ର ପ୍ରଦାନ ସମୟରେ ଜିଲା କମିଟି ସଭାପତି ଡମ୍ବରୁଧର ନାୟକ, ସମ୍ପାଦକ ନାରାୟଣ ନାୟକ, ଉପସଭାପତି ଯୋଗେଶ ଖିଲ, କୋଷାଧକ୍ଷ ଇଶ୍ୱର ଖୀନବୁଡି, ସଦସ୍ୟ ମାଧବ ପୂଜରୀ ଓ ଭକ୍ତରାମ ଦାସଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri