କାଶୀପୁରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ

ରାୟଗଡ଼ା ଅଫିସ/ଟିକିରି,୨୪।୭(ଡି.ଏନ୍‌.ଏ.): ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ଆଉ ଜଣେ କଲେରା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁଡୁକାବାହାଲ ପଞ୍ଚାୟତ ଡେଘାଗୁଡ଼ା ଗ୍ରାମର ଅର୍ଜୁନ ଜାନି(୫୫)। ଏହାକୁ ମିଶାଇ ସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୮ ରେ ପହଞ୍ଚିଛି। ୬୧ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ସେହିପରି କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ ମୃତ୍ୟୁ ସଂଖ୍ୟା ୨ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ରହିଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରୁ ଜଣେ ଏବଂ ନନ୍ଦାହାଣ୍ଡି ବ୍ଲକରୁ ଜଣେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଏବଂ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଶନିବାର ରାୟଗଡ଼ା ଜିଲା ଗସ୍ତରେ ଯାଇ କାଶୀପୁରରେ କଲେରା ନିୟନ୍ତ୍ରଣ କାର୍ଯ୍ୟକ୍ରମର ଅନୁଧ୍ୟାନ କରିଛନ୍ତି।
ମନ୍ତ୍ରୀ ପ୍ରଥମେ ରାୟଗଡ଼ାଠାରେ ପହଞ୍ଚି ଜିଲାପାଳ ସ୍ବଧାଦେବ ସିଂ, ସିଡିଏମ୍‌ଓ ଡା. ଲାଲମୋହନ ରାଉତରାୟ ଏବଂ ଡାକ୍ତରୀ ଟିମ୍‌ ସହ ଆଲୋଚନା କରି ପରିସ୍ଥିତି କିପରି ରହିଛି ସେ ବିଷୟରେ ଆଲୋଚନା କରିଥିଲେ। ପରେ କଲେରା ପ୍ରଭାବିତ ଟିକିରି ଝୋଡ଼ିଆସାହି, ଡୁଡୁକାବାହାଲ, ଉଷାପଡ଼ା ଏବଂ ଅନ୍ୟ ଅଞ୍ଚଳକୁ ଯାଇ ମୃତ ଏବଂ ଆକ୍ରାନ୍ତଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ। ପରିମଳ ଓ ବିଶୋଧନ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଉଷାପଡ଼ା ସ୍ଥିତ ଉତ୍କଳ ହସ୍ପିଟାଲକୁ ଯାଇ ଚିକିତ୍ସାଧୀନ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ। ଅଞ୍ଚଳ ପରିଦର୍ଶନ ପରେ ଉତ୍କଳ ଆଲୁମିନା ଅତିଥି ଭବନରେ ପୁଣି ଜିଲାପାଳ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର, ସିଡିଏମ୍‌ଓ ଏବଂ ଅନ୍ୟ ଅଧିକାରୀଙ୍କ ସହ ଆକ୍ରାନ୍ତଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇବା ଏବଂ କଲେରାକୁ କିପରି ନିୟନ୍ତ୍ରଣକୁ ଅଣାଯାଇପାରିବ ସେ ବିଷୟରେ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ କଲେରା ନିୟନ୍ତ୍ରଣ କରିବାକୁ ସମସ୍ତ ପଦକ୍ଷେପ ନେବାକୁ କହିଛନ୍ତି। ଟିକିରି ସ୍ବାସ୍ଥ୍ୟକେନ୍ଦ୍ରରେ ଆଉ ୬ ବେଡ୍‌ର ବ୍ୟବସ୍ଥା କରାଯାଉ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଅତିରିକ୍ତ କୋଠା ନିର୍ମାଣ ନିମନ୍ତେ ଚିଠି କଲେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ। ତେଣୁ ଦୁଇ ମନ୍ତ୍ରୀଙ୍କ ସହ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ଏବଂ ଡାକ୍ତରୀ ଟିମ୍‌ ଉପସ୍ଥିତ ଥିଲେ।

ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଟିକିରି ଚକାଚକ

କାଶୀପୁର ବ୍ଲକର ଟିକିରି ଅଞ୍ଚଳବାସୀ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗାଁରେ ଦେଖି ଘେରିଥିଲେ। ଦୀର୍ଘଦିନ ଧରି ସେମାନଙ୍କ ମଧ୍ୟରେ ଥିବା ଅସନ୍ତୋଷ ପ୍ରକାଶ କରିଥିଲେ। କେବେ ଡ୍ରେନ୍‌ ସଫା ହେଉନି କି ବ୍ଲିଚିଂ ପାଉଡର ମିଳୁନି। ସ୍ବାସ୍ଥ୍ୟକେନ୍ଦ୍ରରେ ବେଡ୍‌ ନ ଥିବାରୁ ଆମେ ସମସ୍ୟା ଭୋଗୁଛୁ। ଶନିବାର ମନ୍ତ୍ରୀ ଆସୁଛନ୍ତି ବୋଲି ଆମ ଗାଁକୁ ସଫା କରାଯାଇଛି ଏବଂ ଆର୍‌ଓ ଓ୍ବାଟର ବ୍ୟବସ୍ଥା କରାଯାଇଛି। ଗ୍ରାମବାସୀ ମନ୍ତ୍ରୀଙ୍କ ନିକଟରେ ଏଭଳି କହିବା ସହ ଏକ ଦାବିପତ୍ର ଦେଇଥିଲେ।

କମ୍ପାନୀଙ୍କ ସହ ଆଲୋଚନା କରିବୁ: ସ୍ବାସ୍ଥ୍ୟମନ୍ତ୍ରୀ

ସ୍ଥାନୀୟ ଅଞ୍ଚଳରେ ଏକାଧିକ କମ୍ପାନୀ ଅଛି। ସିଏସ୍‌ଆର୍‌ ପଲିସିରେ ରାସ୍ତାଘାଟ ଓ ସ୍ବାସ୍ଥ୍ୟସେବାରେ ଉନ୍ନତି ନେଇ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବେ ବୋଲି ମନ୍ତ୍ରୀ ଏଠାରେ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ରୋଗୀସେବା ନିମନ୍ତେ ଆଉ ୨ ଟି ମୋବାଇଲ ଭ୍ୟାନ୍‌ ଦେବାକୁ କୁହାଯିବ। ସେହିପରି ରାସ୍ତା ସମସ୍ୟା ନେଇ ପଞ୍ଚାୟତ ସ୍ତରରୁ ଚିଠି କଲେ ପିଡବ୍ଲ୍ୟୁଡି ପାଖକୁ ଯିବ। ଏହାପରେ କାମ ପାଇଁ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?