ଚାଷ କାମ ପାଇଁ ଯାଇଥିଲେ, ହଠାତ୍‌ ଜଙ୍ଗଲରୁ ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା ଶିକକା ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ସକାଳୁ ସେ ଡଙ୍ଗର ଚାଷ କାମ ପାଇଁ ଯାଇଥିବା ବେଳେ ହଠାତ୍‌ ଜଙ୍ଗଲରୁ ଆସିଥିବା ହାତୀ ତାଙ୍କୁ ଆକ୍ରମଣ କରିଥିଲ। ନିକଟରେ ଥିବା ଗ୍ରାମବାସୀମାନେ ହାତୀ ଘଉଡାଇବା ସହ ତାଙ୍କୁ ଉଦ୍ଧାର କରି କଲ୍ୟାଣସିଂହପୁର ଡାକ୍ତରଖାନାକୁ ଆଣିଥିଲେ।

ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ, ତାଙ୍କ ଅବସ୍ଥା ଗୁରୁତର ହେବାରୁ ତୁରନ୍ତ ରାୟଗଡା ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଭୟଭୀତ ପରିସ୍ଥିତି ସୃଷ୍ଟି ହୋଇଛି। ଜଙ୍ଗଲ ବିଭାଗକୁ ସୂଚନା ଦିଆଯାଇଛି ଏବଂ ହାତୀ ଚଳଚଳନ ଉପରେ ନଜର ରଖାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri