ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ ଘର ଭିତରେ ଆତ୍ମହତ୍ୟା କରିଦେଲେ ଯୁବକ। ଗୁରୁବାର ପିପିଲି ଥାନା ଅଧୀନ ଗୁଡ଼ିଆପୋଖରୀ ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତକହେଲେ କଟକ ମଧୁପଟଣା ଅଞ୍ଚଳର ସୁଧାଂଶୁ ଶେଖର ବେହେରା। ଆତ୍ମହତ୍ୟା ପୂର୍ବରୁ ସେ ଶେଷ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରିବା ସହ ପୋଲିସ ନ୍ୟାୟ ଦେଇପାରିବ ନାହିଁ ବୋଲି ଉଲ୍ଲେଖ କରିଛନ୍ତି। ପ୍ରେମ ପ୍ରତାରଣାକୁ ନେଇ ସୁଧାଂଶୁ ଆତ୍ମହତ୍ୟା କରିଥିବା ପୋଲିସ କହିଛି।
ପୋଲିସ ସୂଚନା ମୁତାବକ, ସୁଧାଂଶୁ ପିପିଲି ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। ଏପରିକି ଦୁହେଁ ଲିଭ ଇନ୍‌ରେ ରହିଆସୁଥିଲେ। ଯୁବତୀ ତାଙ୍କୁ ବିବାହ କରିବାକୁ କହି ୮ଲକ୍ଷ ଟଙ୍କା ଠକେଇ କରିନେଇଥିବା ସୁଧାଂଶୁ ଅଭିଯୋଗ କରିଥିଲେ। ଯୁବତୀଙ୍କ ବିରୋଧରେ ମାମଲା ଦାଏର କରିବା ପାଇଁ ସେ ପିପିଲି ଥାନାଠୁ ଆରମ୍ଭ କରି ଶହୀଦନଗର ଥାନା ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ନିରାଶ ହୋଇଥିଲେ। ଯୁବତୀ ଜଣଙ୍କ ଓଲଟା ପିପିଲି ଥାନାରେ ସୁଧାଂଶୁଙ୍କ ନାମରେ ଏକ ମାମଲା ଓ ଭୁବନେଶ୍ୱର ମହିଳା ଥାନାରେ ଏକ ବଳାତ୍କାର ମାମଲା ରୁଜୁ କରି ଶୁଧାଂଶୁଙ୍କୁ ଛନ୍ଦି ଦେଇଥିଲେ। ବୁଧବାର ମହିଳା ଥାନା ପୋଲିସ ସୁଧାଂଶୁଙ୍କୁ ଗିରଫ କରିବା ପାଇଁ ସେ ରହୁଥିବା ଗୁଡ଼ିଆପୋଖରୀ ନିକଟ ଆପାର୍ଟମେଣ୍ଟକୁ ଯାଇଥିଲା। ତେବେ ପୋଲିସକୁ ଦେଖି ସେ ଘର ଭିତରେ କବାଟ କିଳି ଦେଇଥିଲେ। ‘ମୁଁ ନିର୍ଦ୍ଦୋଷ ମୋତେ ନ୍ୟାୟ ମିଳୁ ନଚେତ କବାଟ ଖୋଲିବି ନାହିଁ ବୋଲି କୁଆଡ଼େ କହିଥିଲେ। କିଛି ସମୟ ପରେ ପୋଲିସ କବାଟ ତାଡ଼ି ଦେଖିଲା ବେଳକୁ ସେ ଫାଶ ଲଗାଇ ଆତ୍ମହତ୍ୟା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା (ନଂ. ୯/୨୬) ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଛି। ସେମାନେ ଲିଭ୍‌ ଇନ୍‌ରେ ରହିଆସୁଥିବାବେଳେ ଗତ ଜାନୁଆରୀରୁ ପରସ୍ପର ଅଲଗା ହୋଇ ରହୁଥିଲେ ବୋଲି ପିପିଲି ଥାନା ଆଇଆଇସି ସୌମେନ୍ଦ୍ର ଶେଖର ତ୍ରିପାଠୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?