ବାହାର କାନ୍ଥରେରଙ୍ଗ ଲଗାଉଥିଲେ

ଘର ଭିତରର ସାଜସଜ୍ଜା ସାଙ୍ଗକୁ ବାହାର କାନ୍ଥରେ କେଉଁ ରଙ୍ଗ ଲଗାଇଲେ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ, ଜାଣନ୍ତୁ ସେ ସମ୍ପର୍କରେ…
ଶାନ୍ତିର ପ୍ରତୀକ ହେଉଛି ଧଳା ରଙ୍ଗ। ଏହା କାନ୍ଥକୁ ଏଲିଗାଣ୍ଟ ଲୁକ୍‌ ଦେଇଥାଏ ଆଉ ସବୁବେଳେ ଫ୍ୟାଶନରେ ରହିଥାଏ। ଘର ବାହାର କାନ୍ଥରେ ଧଳା ରଙ୍ଗ ଲଗାଇଲେ ଘର ମଧ୍ୟକୁ କୌଣସି ନକାରାତ୍ମକ ଊର୍ଜା ସହଜରେ ପ୍ରବେଶ କରିପାରେନା ବୋଲି ବିଶ୍ୱାସ ରହିଛି।
ନୀଳ ରଙ୍ଗ ସ୍ବର୍ଗୀୟ ଊର୍ଜାକୁ ଆକର୍ଷିତ କରେ। ବାହାର କାନ୍ଥରେ ନୀଳ ରଙ୍ଗ ଲଗାଇଲେ ତାହା ସୁନ୍ଦର ଦେଖାଯିବା ସହିତ ଘରକୁ ସବୁବେଳେ ବନ୍ଧୁମାନଙ୍କର ଆଗମନ ହୋଇଥାଏ ବୋଲି ମାନ୍ୟତା ରହିଛି।
ବାସ୍ତୁଶାସ୍ତ୍ର ଅନୁଯାୟୀ, ବାହାର କାନ୍ଥକୁ ପେଣ୍ଟ କରିବା ପାଇଁ ନାରଙ୍ଗି ରଙ୍ଗ ଉତ୍ତମ ହୋଇଥାଏ। ଏହା ଘରର ଶ୍ରୀ ବୃଦ୍ଧି କରିବା ସହିତ ଘରକୁ ସୁଖଶାନ୍ତି ଆଣିଥାଏ ବୋଲି ଲୋକ ବିଶ୍ୱାସ ରହିଛି।
ହଳଦିଆ ରଙ୍ଗକୁ ବାହାର କାନ୍ଥରେ ଲଗାଇବା ଦ୍ୱାରା ଘରେ ସୁଖଶାନ୍ତି ବୃଦ୍ଧି ପାଇବା ସହ କର୍ମକ୍ଷେତ୍ରରେ ଉନ୍ନତି ମିଳିଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।
ସବୁଜ ରଙ୍ଗ ସମ୍ପର୍କରେ ନିବିଡ଼ତା ଆଣିଥାଏ। ଘର ବାହାର କାନ୍ଥରେ ଏହି ରଙ୍ଗ ଲଗାଇଲେ ପଡ଼ୋଶୀଙ୍କ ସହ କୁଆଡ଼େ ଉତ୍ତମ ସମ୍ପର୍କ ବଢ଼ିଥାଏ ବୋଲି ମାନ୍ୟତା ରହିଛି। ଏହି କ୍ଷେତ୍ରରେ ଗୋଲାପୀ ରଙ୍ଗର ବି ଅନେକ ମହତ୍ତ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri