ବଡ଼ ବଡ଼ ଅଧିକାରୀଙ୍କ ୟୁଜର ଆଇଡି, ପାସଓ୍ବାର୍ଡ ହ୍ୟାକ କରି ହଡପ କରୁଥିଲେ ଟଙ୍କା: ଏବେ ଧରାପଡିବାରୁ…

କୋରାପୁଟ,୨୧ା୨(ଅମିତାଭ ବେହେରା): କୋରାପୁଟ ତହସିଲଦାରଙ୍କ ୟୁଜର ଆଇଡି ଓ ପାସୱାର୍ଡକୁ ହ୍ୟାକ କରି ଜାଲ ପ୍ରମାଣପତ୍ର ଦେଇ ବିଭିନ୍ନ ବ୍ୟକ୍ତିଙ୍କଠାରୁ ଟଙ୍କା ହଡପ ଘଟଣାରେ ଜଣେ ଅଭିଯୁକ୍ତଙ୍କୁ କୋରାପୁଟ ସାଇବର ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅଞ୍ଚଳର ଗଣେଷ ବେହେରା(୧୯)। ତାଙ୍କଠାରୁ ଲ୍ୟାପ୍‌ଟପ୍‌, କମ୍ପ୍ୟୁଟର ମନିଟର, ବହୁ ସିମ୍‌, ଭୋଟର କାର୍ଡ, ଆଧାରକାର୍ଡ ଓ ଜାଲ ପ୍ରମାଣପତ୍ର ଜବତ କରାଯାଇଥିବା ସାଇବର ଥାନା ଅଧିକାରୀ ଭବାନୀ ପ୍ରଧାନ ସୂଚନା ଦେଇଛନ୍ତି।

୨୦୨୪ ଅଗଷ୍ଟ ୨୨ରେ କୋରାପୁଟ ତହସିଲଦାର ସାଇବର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ ୧୧/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ତଦନ୍ତ ପରେ ୩ଟି ମୋବାଇଲ, ଗୋଟିଏ ଲ୍ୟାପ୍‌ଟପ୍‌, ଦୁଇଟି କମ୍ପ୍ୟୁଟର ମନିଟର, ଗୋଟିଏ ସିପିୟୁ, ୨ଟି ସିମ, ୨ଟି ଏଟିଏମ୍‌ କାର୍ଡ, ୨୬ ନଂ ଜାଲ ଆଧାରକାର୍ଡ, ମନୋଜ କୁମାର ବେହେରାଙ୍କ ନାମରେ ୨ଟି ପାନକାର୍ଡ, ୩ଟି ଜାଲ ପାନକାର୍ଡ କାଗଜ, ୬ଟି ଭୋଟର କାର୍ଡ, ଜାଲ ରାଶନ କାର୍ଡ ଓ ୫ଟି ପାସବୁକ ଆଦି ଜବତ କରିଛି। ଗଣେଷ ତାଙ୍କ ଭାଇ ମନୋଜଙ୍କୁ ନେଇ ସର୍ଭିସ ପ୍ଲସ ପୋର୍ଟାଲ ଖୋଲି ଜାଲ ଜାତିଗତ ପ୍ରମାଣପତ୍ର, ଲିଗାଲ ପ୍ରମାଣପତ୍ର, ଜାଲ ପ୍ରମାଣପତ୍ର ଓ ବିଭିନ୍ନ ପ୍ରମାଣପତ୍ର ପ୍ରସ୍ତୁତ କରି ହିତାଧିକାରୀଙ୍କୁ ଦେଇ ଜଣଙ୍କଠାରୁ ୧୧୨୫ ଟଙ୍କା ଓ ବ୍ୟାପକ ଟଙ୍କା ଠକେଇ କରୁଥିବା ନେଇ କୋରାପୁଟ ତହସିଲଦାର ଓ ଜିଲାର ବହୁ ବ୍ୟକ୍ତି ସାଇବର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?