ପୁଣି ନିରଞ୍ଜନଙ୍କ ଘରେ ପଶିଲେ ଚୋର

ଭୁବନେଶ୍ୱର,୨୮।୧: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ପୁଣି ଚୋରି ଉଦ୍ୟମ ହୋଇଛି। ତାଙ୍କ ନୟାପଲ୍ଲୀ IRC ଭିଲେଜସ୍ଥିତ ଏନ/୨୫ ଘରୁ ଚୋରି ଉଦ୍ୟମ ହୋଇଛି। ଝରକା ଭାଙ୍ଗି ପଶିବା ବେଳେ କର୍ମଚାରୀ ଚୋରକୁ କାବୁ କରି ନେଇଥିଲେ। ରେକି ପରେ ଘରକୁ ପଶିବାକୁ ଉଦ୍ୟମ କରିଥିଲା ଲୁଟେରା ଲୁଟେରାକୁ ଗିରଫ କରି ପୋଲିସ ଅଧିକ ପଚରାଉଚରା କରୁଛି । ଗତ ୨୬ରେ ନିରଞ୍ଜନଙ୍କ ନୟାପଲ୍ଲୀ ସ୍ଥିତ ଏନ୍‌-୨୯ ଘରୁ ଚୋରି ହୋଇଥିଲା

ରାତିରେ ମଧ୍ୟ ନିରଞ୍ଜନ ପଟ୍ଟନାୟକଙ୍କ ନୟାପଲ୍ଲୀସ୍ଥିତ ଘରୁ ଚୋରି ହୋଇଥିଲା । ନଗଦ ଟଙ୍କା ସହ ସମସ୍ତ ସୁନା ଅଳଙ୍କାର ଲୁଟ କରି ଝରକା ବାଟ ଦେଇ ଲୁଟେରା ଫେରାର ହୋଇଥିଲା ।

 

ରାତି ପ୍ରାୟ ୩ଟା ୪୦ ବେଳେ ଦେବଜ୍ୟୋତିଙ୍କ ସାନପୁଅ ଆଲାର୍ମ ଶୁଣି ସୁରକ୍ଷାକର୍ମୀଙ୍କୁ ଜଣାଇଥିଲେ। ବେଡରୁମ୍‌ର ଭିତର ପଟୁ ଚୋର ଜଣଙ୍କ କବାଟ ଲକ୍‌ କରିଥିବା ଜଣାପଡ଼ିଥିଲା। ଏହାପରେ ମାଷ୍ଟର କି ଜରିଆରେ ସୁରକ୍ଷାକର୍ମୀ କବାଟ ଖୋଲିଥିଲେ। ତେବେ ବେଡ୍‌ରୁମର ଝରକା ଖୋଲାଥିବା ଦେଖିବାକୁ ପାଇଥିଲେ। ଏଥିସହ ୱାର୍ଡରୋବ୍‌ ଖୋଲାହୋଇଥିବା ବ୍ରିଫ୍‌କେସ୍‌କୁ ଭଙ୍ଗାଯାଇ ଖୋଲାଯାଇଥିଲା। ଏହି ଘଟଣା ସମ୍ପର୍କରେ ସୋମବାର ଡିସିପି ପିନାକ ମିଶ୍ର କହିଛନ୍ତି, ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ଟିମ୍‌ ଚେଷ୍ଟା କରୁଛନ୍ତି। କିଛି ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ମିଳିଛି। ବିଭିନ୍ନ ଦିଗରୁ ତଦନ୍ତ କରାଯାଉଛି। ଏହି ମାମଲାରେ ଖୁବ୍‌ଶୀଘ୍ର ସଫଳତା ମିଳିବ ବୋଲି ଡିସିପି ମିଶ୍ର କହିଛନ୍ତି।

ତେବେ ଅନ୍ୟପକ୍ଷରେ ଗତ ଡିସେମ୍ବର ୨୦ରେ ନିରଞ୍ଜନଙ୍କ ୫ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନେ ଚଢ଼ାଉ କରିଥିଲେ। ସେହି ସମୟରେ ଇଡି ପକ୍ଷରୁ କ’ଣ ସବୁ ଜବତ ହୋଇଥିଲା ସେନେଇ କିଛି ସୂଚନା ଦିଆଯାଇ ନ ଥିଲା। ଏବେ ନିରଞ୍ଜନଙ୍କ ଘରୁ ୫୦ଲକ୍ଷ ଟଙ୍କାର ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ କରାଯିବା ପରେ ଏହାକୁ ନେଇ ଚର୍ଚ୍ଚା ଲାଗି ରହିଛି। ତେବେ ଇଡିର ଚଢ଼ାଉ ଦିଗକୁ ନେଇ ତଦନ୍ତ ହେଉଛି କି ନାହିଁ ଡିସିପି ମିଶ୍ରଙ୍କୁ ପଚାରିବାରୁ ସେ ଏନେଇ କିଛି ଜାଣି ନ ଥିବା କହିଛନ୍ତି।

ଅପରପକ୍ଷରେ ନିରଞ୍ଜନ ସାମାଜିକ ଗଣମାଧ୍ୟମରେ କହିଛନ୍ତି, ଏହି ଘଟଣା କେବଳ ମୋର ପରିବାର ପାଇଁ ନୁହେଁ, ବରଂ ସମସ୍ତ ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ। ସରକାରଙ୍କ ଅବହେଳା କାରଣରୁ ଆଜି ଆମ ଘର, ଆମ ସାହି ଏବଂ ଆମ ସମ୍ପଦ ବିପଦରେ ପଡ଼ିଛି। ଓଡିଶା ପୋଲିସ ଜନତାଙ୍କ ସୁରକ୍ଷାକୁ ନିଶ୍ଚିତ କରନ୍ତୁ ଏବଂ ଏହା ଭାଜପା ସରକାରଙ୍କ ସର୍ବପ୍ରଥମ ପ୍ରାଥମିକତା ହେବା ଉଚିତ। ଭୁବନେଶ୍ୱରକୁ ସୁରକ୍ଷିତ କରନ୍ତୁ ବୋଲି ନିରଞ୍ଜନ ପୋଷ୍ଟରେ ଉଲ୍ଲେଖ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri