ନାରାୟଣଙ୍କୁ ଲୁଟିନେଲେ ଚୋର: ଭଞ୍ଜ ରାଜବଂଶ ମନ୍ଦିରରୁ ମୂଲ୍ୟବାନ ଅଷ୍ଟଧାତୁ ମୂର୍ତ୍ତି ଗାଏବ୍‌

ଭଞ୍ଜନଗର,୧୫।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ନାରାୟଣପାଟଣାସ୍ଥିତ ନାରାୟଣ ସ୍ବାମୀ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଚୋରିହୋଇଛି। ପ୍ରାୟ ୩ ଶହ ବର୍ଷ ତଳର ଅଷ୍ଟଧାତୁ ନିର୍ମିତ ୪ଟି ରାଧାକୃଷ୍ଣ ମୂର୍ତ୍ତି, ୨ ଟି ନର୍ତ୍ତକୀ ସମେତ ଅନ୍ୟାନ୍ୟ ଜିନିଷ ଚୋରି ହୋଇଛି। ଯାହାର ଆନୁମାନିକ ମୂଲ୍ୟ ବିପୁଳ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ଖବର ପାଇ ତାରସିଂ ଥାନା ଅଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ, ଭଞ୍ଜନଗର ଥାନା ଅଧିକାରୀ ଜିବନାନନ୍ଦ ଜେନା, ଏସଡିପିଓ ଦୀପକ ମିଶ୍ର ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ଚୋରିରେ ଏକ ବଡ ଧରଣର ରାକେଟ ଜଡ଼ିତ ଥିବା ଆଶଙ୍କା କରାଯାଉଛି। ତେଣୁ ପୋଲିସ ସବୁ ଦିଗକୁ ଦେଖି ତଦନ୍ତ ଚଳାଇଛି। ଏଥିସହ ଅଧିକ ତଦନ୍ତ ପାଇଁ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ ଟିମ ଆଉ କିଛି ସମୟ ପରେ ପହଞ୍ଚିବ।
ଏହି ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନା ଯୋଗ୍ୟ ଯେ ଘୁମୁସରର ରାଜା ଭଞ୍ଜ ରାଜବଂଶ ପକ୍ଷରୁ ୧୭୬୦ ମସିହା ସମୟରେ ଘୁମୁସରର ରାଜଧାନୀ କୁଲାଡ ଏବଂ କୁଲାଡକୁ ଲାଗି ଥିବା ନାରାୟଣ ପାଟଣାରେ ଏକାଧିକ ମନ୍ଦିର ନିର୍ମାଣ ହୋଇଥିଲା। ସେଥିମଧ୍ୟରୁ କୁଲାଡ ଜଗନ୍ନାଥ ମନ୍ଦିର ଏବଂ ନାରାୟଣ ମନ୍ଦିର ପ୍ରମୁଖ ଥିଲା। ୧୯୯୩ ମସିହାରେ କୁଲାଡ ଜଗନ୍ନାଥ ମନ୍ଦିରରୁ ସମସ୍ତ ଅଳଙ୍କାର ଲୁଟ ହୋଇଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ ସେ ସମୟରେ ୧ କୋଟି ହେବ। ଆଜି ପର୍ଯ୍ୟନ୍ତ ଉକ୍ତ ଲୁଟ ଅଳଙ୍କାରର କୌଣସି ପତ୍ତା ମିଳୁନାହିଁ। ଏହିଭଳି ପରିସ୍ଥିତିରେ ଗତକାଲି ରାତିରେ ନାରାୟଣ ମନ୍ଦିରରୁ ଚୋରି ହୋଇଛି। ତେଣୁ ଦିନକୁ ଦିନ ଠାକୁର ଶ୍ରୀହୀନ ହେଉଛନ୍ତି। କୁଲାଡ ମନ୍ଦିରରୁ ଚୋରି ପରଠୁ ଗ୍ରାମବାସୀଙ୍କ ସହଯୋଗରେ ସୁନା ବେଶ ହେଉଛି। ଗତକାଲିର ଘଟଣା ଚିନ୍ତାର ବିଷୟ ହୋଇଛି। ଅପରପକ୍ଷେ ପୋଲିସ ଚୋରି ସୁରାକ କିଛିଟା ପାଇଛି। ଏକ ସପ୍ତାହ ମଧ୍ୟରେ ଲୁଟ ଘଟଣାର ରହସ୍ୟ ଉନ୍ମୋଚିତ ହୋଇଯିବ ବୋଲି ଜଣେ ପୋଲିସ ଅଧିକାରୀ ଏଠାରେ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri