ଝରକା ଗ୍ରିଲ ତାଡି ଲୁଟିନେଲେ ୭ ଲକ୍ଷ ଟଙ୍କାର ସୁନା ଗହଣା

ବାସୁଦେବପୁର,୨୪।୯ (କାଳି ପଦ ରାୟ): ବାସୁଦେବପୁର ନୟାକନିଡ଼ିହି ଥାନା ଅଧୀନ ବାଲିମେଦ ପଂଚାୟତର ଦୟାନିଧିପୁର ଗ୍ରାମର ସନ୍ତୋଷ ନାୟକଙ୍କ ଘରୁ ମଙ୍ଗଳବାର ବିଳମ୍ବିତରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରିଲ ଓ କବାଟ ଭାଙ୍ଗି, ପଲଙ୍କ ଡ୍ରରେ ଥିବା ସୁନା ଚେନ ୩ଟା, ସୁନା ଚୁଡି, କାନଫୁଲ ୨ ହଳ, ଲକେଟ ଗୋଟିଏ, ମୁଦି ୪ଟା, ପାଉଁଜି ୨ ହଳ ନେଇଯାଇଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ହେବ। ସନ୍ତୋଷଙ୍କ ସ୍ତ୍ରୀ ଲକ୍ଷ୍ମୀପ୍ରିୟା ଓ ପୁଅ ଝିଅ ଅନ୍ୟ ଏକ କୋଠରୀରେ ଶୋଇଥିଲେ, ଭୋର ସମୟରେ ଲକ୍ଷ୍ମୀପ୍ରିୟା ଶୌଚ ହେବାକୁ ଉଠିଥିବାବେଳେ ଝରକା ଗ୍ରିଲ ଭଙ୍ଗା ଯାଇ ସୁନା ଗହଣା ଚୋରି ହୋଇଥିବାର ଦେଖି ସ୍ବାମୀଙ୍କୁ ଖବର ଦେଇଥିଲେ। ବୁଧବାର ସକାଳେ ସନ୍ତୋଷ ନୟାକନିଡ଼ିହି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ନୟାକନିଡ଼ିହି ଥାନାଧିକାରିଣୀ ରାଜଲକ୍ଷ୍ମୀ ନାୟକ, ଏଏସଆଇ ଅନିଲ ସେଠି ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

ଦିଲ୍ଲୀ-ମଞ୍ଚେଷ୍ଟର ଇଣ୍ଡିଗୋ ବିମାନ ଅଧାବାଟରୁ ଫେରିଲା

ନୂଆଦିଲ୍ଲୀ,୯ା୩: ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଥିଲା ବେଳେ ଦିଲ୍ଲୀରୁ ମଞ୍ଚେଷ୍ଟର ଅଭିମୁଖେ ଯାଉଥିବା ଇଣ୍ଡିଗୋ ଏୟାରଲାଇ୍ସର ଏକ ବିମାନ ଅଧାବାଟରୁ ଫେରିଆସିଛି। ଉତ୍ତେଜନାକୁ ନେଇ…

ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri