ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି। ଅତିରିକ୍ତ ଜିଲାପାଳ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଇଥିବା ବେଳେ ଏହି ଚୋରି ଉଦ୍ୟମ ହୋଇଥିଲା। ଦୁର୍ବୃତ୍ତମାନେ ଦିନ ବେଳା ବାହାର ଗେଟ୍‌ ତାଲା ଏବଂ ଘରର ପ୍ରବେଶ ଦ୍ବାର ଚାବି ଭାଙ୍ଗଥିବା ସତ୍ତ୍ୱେ ଭିତରକୁ ପ୍ରବେଶ କରିପାରି ନ ଥିବା ଜଣାପଡିଛି। ଖବରପାଇ ଘଟଣାସ୍ଥଳରେ ରାୟଗଡା ଆଇଆଇସି କେକେବିକେ କହଁରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ପହଞ୍ଚତ୍ ତଦନ୍ତ କରିଛି। ଏଥିପୂର୍ବରୁ ଗତ ଜାନୁଆରୀରେ ମଧ୍ୟ କେହି ନ ଥିବା ବେଳେ ଏହି ବାସଭବନରୁ ଗୋଟିଏ ଏସି ଏବଂ ୩ଟି ଫ୍ୟାନ ଚୋରି ହୋଇଥିଲା। ଏନେଇ ରାୟଗଡା ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା। ଖୁବଶୀଘ୍ର ଅଭିଯୁକ୍ତଙ୍କ ଧରାଯିବ ବୋଲି ଆଇଆଇସି କହଁର ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri