ବିପଦସଙ୍କୁଳଭାବେ ଗାଡ଼ିରେ ନିଆଯାଉଛି ଜିନିଷ,ସାଇଡ ଦେଲାବେଳକୁ ଘଟୁଛି ଦୁର୍ଘଟଣା

ତେନ୍ତୁଳିଖୁଣ୍ଟି, ୨।୧୧(ଚିଦାନନ୍ଦ ସାହୁ):ତେନ୍ତୁଳିଖୁଣ୍ଟି ବ୍ଲକର ୧୦ରୁ ଅଧିକ ଚାଉଳ ମିଲ ରହିଛି। ସେଠାରୁ ଖୁଲୁମଖୁଲାଭାବେ ଦିନରେ କୁଣ୍ଡା ଚାଲାଣ ହେଉଛି। ଆନ୍ଧ୍ର, ତେଲେଙ୍ଗାନା, ଝାଡ଼ଖଣ୍ଡକୁ ଓଭରଲୋଡିଂ କରି କୁଣ୍ଡା ଚାଲାଣ କରାଯାଉଛି। ମୁଖ୍ୟ ରାସ୍ତାରେ ଯାତାୟାତବେଳେ ଗାଡ଼ିକୁ ସାଇଡ ଦେଲାବେଳକୁ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହେଉଛି। ଏହି ଗାଡି ଚକାତଳେ ମେଗା ଜଳ ପ୍ରକଳ୍ପ ପାଇପ ଲାଇନ ଦବି ଯାଉଛି। ଗାଡ଼ି ଓଭର ଲୋଡିଂ କରି ନେଉଥିବାରୁ ବିଦ୍ୟୁତ୍‌ ତାର ଲାଗି ଲାଗୁଛି। ଗାଡ଼ିଗୁଡ଼ିକ ଗଲାପରେ ଉକ୍ତ ତାରେ ଛିଣ୍ଡି ଯାଉଥିବା ଅଭିଯୋଗ ମଧ୍ୟ ହେଉଛି। ପୋଲିସ ଗାଡ଼ି ଯାଞ୍ଚ କରୁଛି। କିନ୍ତୁ ଏହି ଗାଡ଼ିସବୁ ବାହାର ରାଜ୍ୟରୁ ଆସି ଓଭର ଲୋଡିଂ ସହ ରାସ୍ତାକୁ ସମ୍ପୂର୍ଣ୍ଣ କଭର କରି ଯାଉଥିଲେ ମଧ୍ୟ ପୋଲିସ ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହେଉଛି। ଏହି ବିପଦ ସଙ୍କୁଳ ଅବସ୍ଥାରେ ଗାଡି ଯିବା ଆସିବା କରିବା କିଭଳି କାହାର ଦୃଷ୍ଟି ପଡ଼ୁନି ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ତେନ୍ତୁଳିଖୁଣ୍ଟି ଏମ୍‌ଆଇ ରୋହିତ କୁମାର ମାଝିଙ୍କୁ ପଚାରିବାରୁ ବିଷୟରେ ଅବଗତ ନାହିଁ। ଉପରିସ୍ଥ ଅଧିକାରୀଙ୍କୁ ଯୋଗାଯୋଗ କରି ଏପରି ଗାଡ଼ି ଚଳାଚଳ ଉପରେ କାର୍ଯାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri