ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ୍‌,୧୧।୨: ୟୁକ୍ରେନ ସଙ୍କଟକୁ ନେଇ ଆମେରିକା ଏବଂ ରୁଷିଆ ମଧ୍ୟରେ ତକ୍ତତା ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଗୁରୁବାର ପୁଣି ଚେତାବନୀ ଦେଇଛନ୍ତି। ଆମେରିକାର ନାଗରିକମାନଙ୍କୁ ତୁରନ୍ତ ୟୁକ୍ରେନ ଛାଡିବାକୁ ବାଇଡେନ୍‌ କହିଛନ୍ତି। ରୁଷୀୟ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ କୋଭିଡ-୧୯ ବିପଦ ବୃଦ୍ଧି ପାଉଥିବାରୁ ୟୁକ୍ରେନ ଯାଆନ୍ତୁ ନାହିଁ। ଯେଉଁମାନେ ୟୁକ୍ରେନରେ ଅଛନ୍ତି, ସେମାନେ ବ୍ୟାବସାୟିକ ଅଥବା ଘରୋଇ ପରିବହନ ମାଧ୍ୟମରେ ସେଠାରୁ ଚାଲି ଆସନ୍ତୁ। ଯଦି ଆମେରିକା ଓ ରୁଷି ସେନିକମାନେ ପରସ୍ପର ପ୍ରତି ଗୁଳି ଚଳାଇବେ ‘ବିଶ୍ବଯୁଦ୍ଧ’ ଲାଗିଯିବ। ଆମେ ବିଶ୍ବର ଅନ୍ୟତମ ବୃହତ୍ ସେନ୍ୟବାହିନୀର ମୁକାବିଲା କରୁଛୁ। ଏହା ଅତ୍ୟନ୍ତ ଭିନ୍ନ ପରିସ୍ଥିତି। କ୍ଷଣିକରେ ସବୁକିଛି ଓଲଟପାଲଟ ହୋଇଯାଇପାରେ ବୋଲି ବାଇଡେନ୍‌ କହିଛନ୍ତି।
ଏହାପୂର୍ବରୁ ୟୁକ୍ରେନ ସଙ୍କଟ ଉପରେ ଏକ ବୈଠକ ଡକାଇବାକୁ ଆମେରିକାର ଏକ ପ୍ରସ୍ତାବ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ପାରିତ ହୋଇଛି। ଏହି ସମୟରେ ୟୁଏନଏସସି ବୈଠକରେ ହୋଇଥିବା ବିତର୍କରେ ଆମେରିକା ଏବଂ ରୁଷିଆର କୂଟନୀତିଜ୍ଞମାନେ ସିଧାସଳଖ ଝଗଡା କରିଥିଲେ। ୟୁକ୍ରେନ ଉପରେ ରାଷ୍ଟ୍ରଦୂତ ଭାସିଲି ନେବେଞ୍ଜିଆ ପାଶ୍ଚାତ୍ୟ ଦେଶଗୁଡିକୁ ୟୁକ୍ରେନ ପ୍ରସଙ୍ଗରେ ତିକ୍ତତା ବୃଦ୍ଧି କରିଥିବା ଅଭିଯୋଗ କରିଛନ୍ତି ଏବଂ ବିବାଦୀୟ ଅଞ୍ଚଳରେ ଆମେରିକା ନାଜିମାନଙ୍କୁ କ୍ଷମତାରେ ରଖିଛି ବୋଲି ସେ ଅଭିଯୋଗ କରିଛନ୍ତି। ୟୁକ୍ରେନ ସୀମାରେ ଏକ ଲକ୍ଷ ରୁଷିଆ ସୈନ୍ୟ ମୁତୟନକୁ ଆମେରିକା ବିରୋଧ କରିଛି।
ସୂଚନାଯୋଗ୍ୟ, ଡିସେମ୍ବର ୨୦୨୧ରେ, ୟୁକ୍ରେନ ଅଞ୍ଚଳ ନିକଟରେ ବଢୁଥିବା ହସ୍ତକ୍ଷେପ ସମ୍ପର୍କରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଥିଲେ। ଏହି ପ୍ରସଙ୍ଗରେ ଦୁଇ ନେତାଙ୍କ ମଧ୍ୟରେ ପ୍ରାୟ ୫୦ ମିନିଟ ଧରି ଫୋନରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri