ଧମକ ଦେବା ପୂର୍ବରୁ ପ୍ରଥମେ ପରିଣାମ ଚିନ୍ତାକର, ପୁଟିନ୍‌ଙ୍କ ଚେତାବନୀ…

ମସ୍କୋ, ୨୧।୪ : ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଆର୍‌ଏସ୍‌-୨୮ ସରମାଟ କ୍ଷେପଣାସ୍ତ୍ର ପରୀକ୍ଷା କରି ଆତଙ୍କ ସୃଷ୍ଟି କରିଛି। ଏହି କ୍ଷେପଣାସ୍ତ୍ର ଆଣବିକ ୱାରହେଡ ସହିତ ଆକ୍ରମଣ କରିବାରେ ସକ୍ଷମ। ଏହାର ଲକ୍ଷ୍ୟଭେଦ କ୍ଷମତା ୧୮୦୦୦ କିଲୋମିଟରରୁ ଅଧିକ ରହିଛି।

ଏହାର ପରୀକ୍ଷଣ ବିଷୟରେ ସୂଚନା ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିଜେ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ରୁଷିଆ ସରମାଟ ଆନ୍ତର୍ଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି। ଏଭଳି ପରିସ୍ଥିତିରେ କ୍ରେମଲିନ୍‌ ଶତ୍ରୁମାନଙ୍କୁ ଏବେ ଦୁଇଥର ଚିନ୍ତା କରିବାକୁ ପଡ଼ିବ। ଧମକ ଦେବା ପୂର୍ବରୁ ପ୍ରଥମେ ସେମାନଙ୍କୁ ପରିଣାମ ଚିନ୍ତା କରିବାର ଆବଶ୍ୟକତା ରହିଛି ବୋଲି ପୁଟିନ୍‌ କହିଛନ୍ତି।

ପୁଟିନ କହିଛନ୍ତି ଯେ ସରମାଟ କ୍ଷେପଣାସ୍ତ୍ରର ସଫଳ ଉତକ୍ଷେପଣ ପାଇଁ ମୁଁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ଏହା ପ୍ରକୃତରେ ଏକ ଅନନ୍ୟ ଅସ୍ତ୍ର, ଯାହା ଆମର ସଶସ୍ତ୍ର ବାହିନୀର ଯୁଦ୍ଧ କ୍ଷମତାକୁ ସୁଦୃଢ଼ କରିବ। ଏହା ବାହ୍ୟ ଧମକରୁ ରୁଷର ସୁରକ୍ଷାକୁ ନିଶ୍ଚିତ କରିବ ଏବଂ ଯେଉଁମାନେ ଆମ ଦେଶକୁ ଧମକ ଦେବାକୁ ଚେଷ୍ଟା କରିବେ ଏହା କ୍ଷେପଣାସ୍ତ୍ର ସେମାନଙ୍କୁ ଆକ୍ରମଣାତ୍ମକ ବକ୍ତବ୍ୟ ଦେବା ପୂର୍ବରୁ ଦୁଇଥର ଚିନ୍ତା କରିବା ସମ୍ପର୍କରେ ସୂଚିତ କରିବ।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଆମେରିକା ଏବଂ ୟୁକ୍ରେନ ଆଶଙ୍କା ପ୍ରକାଶ କରିଛନ୍ତି ଯେ ଯୁଦ୍ଧକୁ ଶେଷ କରିବା ପାଇଁ ପୁଟିନ ପରମାଣୁ ଅସ୍ତ୍ର ବ୍ୟବହାର କରିପାରନ୍ତି। ଏବେ ସେହି ଆଶଙ୍କା ସତ୍ୟରେ ପରିଣତ ହେବାକୁ ଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri